Posted inଜାତୀୟ

ରାଜ୍ୟପାଳଙ୍କୁ ଭେଟିଲେ ହେମନ୍ତ: ୨୯ରେ ନେବେ ଶପଥ

ରାଞ୍ଚି,୨୫ା୧୨(ପି.ଟି.): ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ମଙ୍ଗଳବାର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ସେ ଆସନ୍ତା ୨୯ ତାରିଖ ଅପରାହ୍ନ ୧ଟାରେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବେ।
ହେମନ୍ତ ଦେଇଥିବା ସମର୍ଥନ ପତ୍ରରେ ୫୦ ବିଧାୟକଙ୍କ ନାମ ରହିଛି। ଜେଏମ୍‌ଏମ୍‌ ସହ କଂଗ୍ରେସ, ଆର୍‌ଜେଡି ଏବଂ ଜେଭିଏମ୍‌ ବିଧାୟକମାନେ ମଧ୍ୟ ମେଣ୍ଟ ସରକାରରେ ରହିବେ। ଏହା ପୂର୍ବରୁ ରାଞ୍ଚତ୍ସ୍ଥିତ ଜେଏମ୍‌ଏମ୍‌ ମୁଖ୍ୟାଳୟରେ ବିଧାୟକ ଦଳ ବୈଠକ ହୋଇଥିଲା। ଏଥିରେ ହେମନ୍ତଙ୍କୁ ଆନୁଷ୍ଠାନିକ ଭାବେ ଜେଏମ୍‌ଏମ୍‌ ବିଧାୟକ ଦଳ ନେତା ବଛାଯାଇଥିଲା। ସେହିପରି ଜେଭିଏମ୍‌ ଅଧ୍ୟକ୍ଷ ବାବୁଲାଲ ମାର୍ଣ୍ଡି ମଧ୍ୟ ହେମନ୍ତଙ୍କୁ ସରକାର ଗଠନ ଲାଗି ନିସର୍ତ୍ତ ସମର୍ଥନ ଦେଇଛନ୍ତି। ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଜେଭିଏମ୍‌କୁ ୩ ଆସନରେ ସଫଳତା ମିଳିଛି। ଜେଏମ୍‌ଏମ୍‌ ନେତୃତ୍ୱାଧୀନ ମେଣ୍ଟ ୪୭ ଆସନରେ ବିଜୟୀ ହୋଇଛି। ସେଥିରୁ ଜେଏମ୍‌ଏମ୍‌ ୩୦, କଂଗ୍ରେସ ୧୬ ଏବଂ ଆର୍‌ଜେଡି ଗୋଟିଏ ଆସନ ଜିତିଛନ୍ତି। ଅନ୍ୟପକ୍ଷରେ ଭାଜପାକୁ ମାତ୍ର ୨୫ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ରାଜଭବନରେ ରାଜ୍ୟପାଳଙ୍କୁ ସାକ୍ଷାତ ବେଳେ ଜେଏମ୍‌ଏମ୍‌ ଅଧ୍ୟକ୍ଷ ଶିବୁ ସୋରେନ, ଏଆଇସିସି ରାଜ୍ୟ ପ୍ରଭାରୀ ଆରପିଏନ୍‌ ସିଂ ଏବଂ ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କ ସମେତ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri