ରାଜ୍ୟପାଳଙ୍କ ଦ୍ୱାରା ୨ ନୂଆ କୁଳପତି ନିଯୁକ୍ତ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ୨ଟି ବିଶ୍ୱବିଦ୍ୟାଳୟ ପାଇଁ ସୋମବାର କୁଳପତି ନିଯୁକ୍ତ ହୋଇଛନ୍ତି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଲାଗି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣିଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ପ୍ରଫେସର ହରିହର ହୋତାଙ୍କୁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ମିଳିଛି। ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଛନ୍ତି।