ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍‌ର ଏହି ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ ବିଭାଗ ସଚିବ ଥିଲେ। ମୋଦି ଗୁଜରାଟ ମୁଖ୍ୟମନ୍ତ୍ରୀ ଥିଲାବେଳେ ସେ ତାଙ୍କର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିଥିଲେ। ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ବେତନଟୀ ଥାନା ଅନ୍ତର୍ଗତ ଖଡ଼ିଶୋଳ ପଞ୍ଚାୟତର କଞ୍ଚତ୍ଶୋଳ ଗାଁରେ ୧୯୫୯ ନଭେମ୍ବର ୨୧ରେ ଗିରୀଶଙ୍କ ଜନ୍ମ। ପିତା ସ୍ବର୍ଗତ ଭାଗବତ ମୁର୍ମୁ ଥିଲେ ଜଣେ ସାହିତି୍ୟକ (ଅଲ୍‌ଚିକ୍‌ ଲିପି)। ତାଙ୍କ ମା’ ପାର୍ବତୀ ମୁର୍ମୁ। ଗିରୀଶ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ବର୍ମିଂହାମ ୟୁନିଭର୍ସିଟିରେ ଏମ୍‌ବିଏ କରିଥିଲେ।
କେନ୍ଦ୍ର ସରକାର ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିବାକୁ ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ ଅକ୍ଟୋବର ୩୧ରେ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଭାବେ ଆତ୍ମପ୍ରକାଶ କରିବାକୁ ଯାଉଥିଲାବେଳେ ଏହାର ୬ ଦିନ ପୂର୍ବରୁ ଉପରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ୧୯୭୭ ବ୍ୟାଚର ତ୍ରିପୁରା କ୍ୟାଡର ଆଇଏଏସ୍‌ ଅଫିସର ରାଧାକୃଷ୍ଣ ମାଥୁରଙ୍କୁ ଲଦାଖ ଉପରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ସେ ପୂର୍ବରୁ ପ୍ରତିରକ୍ଷା ସଚିବ ଓ ମୁଖ୍ୟ ସୂଚନା କମିଶନର (ସିଆଇସି) ଭାବେ କାର୍ଯ୍ୟ କରିଥିଲେ। ସେ ତ୍ରିପୁରାର ମୁଖ୍ୟ ସଚିବ ମଧ୍ୟ ଥିଲେ। ବର୍ତ୍ତମାନ ଜମ୍ମୁ-କଶ୍ମୀର ରାଜ୍ୟପାଳ ଥିବା ସତ୍ୟପାଲ ମଲିକଙ୍କୁ ଗୋଆ ବଦଳି କରାଯାଇଥିବା ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରକାଶିତ ବିବୃତିରେ କୁହାଯାଇଛି। ସେହିପରି ଭାଜପାର କେରଳ ସଭାପତି ଥିବା ପି.ଏସ୍‌. ଶ୍ରୀଧରନ ପିଲାଇଙ୍କୁ ମିଜୋରାମ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri