ଜୟପୁର,୧୪।୧(ଡି.ଏନ୍.ଏ.) କୋରାପୁଟ ଜିଲା ଜୟପୁର ବ୍ଲକ ଅଧୀନ ଜାମୁଣ୍ଡା ପଞ୍ଚାୟତର ସଦର ମହକୁମାସ୍ଥିତ ମା’ ମୁତ୍ୟାଲୁମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ ହେବ। ଆସନ୍ତା ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରଠାରେ ରାଜ୍ୟପାଳ ଏହି ସଫଳ ସ୍ବୟଂ ସହାୟକ ଗୋଷ୍ଠୀକୁ ପୁରସ୍କୃତ କରିବେ। ଏନେଇ ସରକାରଙ୍କ ପକ୍ଷରୁ ପତ୍ର ମାଧ୍ୟମରେ ଜିଲା ପ୍ରଶାସନକୁ ସୂଚନା ଦିଆଯାଇଛି । ଏହି ଏସ୍ଏଚ୍ଜି ମୁଖ୍ୟତଃ ଗ୍ରାମର ପଞ୍ଚାୟତ ପୋଖରୀରେ ଦୁଇବର୍ଷ ହେଲାଣି ମାଛ ଚାଷ କରୁଥିବା ବେଳେ ଏହାକୁ ବଜାରରେ ବିକ୍ରି କରିବା ସହିତ ଆୟ ବୃଦ୍ଧି କରିଛନ୍ତି । ଫଳରେ ଏସ୍ଏଚ୍ଜିର ଆର୍ଥତ୍କ ସ୍ଥିତି ସୁଦୃଢ଼ ହୋଇପାରିଛି । ତେଣୁ ଚଳିତ ୨୦୧୯-୨୦ ବର୍ଷର ଖରିଫ ଧାନ ମଣ୍ଡିରେ ସରକାରଙ୍କ ପକ୍ଷରୁ କ୍ରୟକାରୀ ସଂସ୍ଥା ଭାବେ ଏହି ଗୋଷ୍ଠୀ ଭାଗ ନେବାକୁ ଯୋଗ୍ୟ ହୋଇଛି। ଜାମୁଣ୍ଡା ପଞ୍ଚାୟତରେ ୩୯୫ ଜଣ ଚାଷୀଙ୍କ ପଞ୍ଜିକରଣ କରାଯାଇଛି। ଏଥିମଧ୍ୟରୁ ୩୪୭ ଜଣ ଚାଷୀ ଅଦ୍ୟାବଧି ୩୫ ହଜାର ୫୫୫ କୁଇଣ୍ଟାଲ ୫୩ କିଲୋଗ୍ରାମ ଧାନ ବିକ୍ରି କରିସାରିଛନ୍ତି। ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ଚୟନ ହୋଇଥିବା ଯୋଗୁ ରାଜ୍ୟ ସରକାରଙ୍କୁ ସଭାପତି, ସଂପାଦକ ଏବଂ ସଦସ୍ୟମାନେ ଧନ୍ୟବାଦ ଦେଇଛନ୍ତି। ଆଗାମୀ ଦିନରେ ଏହି ଏସ୍ଏଚ୍ଜିକୁ ସରକାର ଏବଂ ପ୍ରଶାସନ ଯେଉଁ ଦାୟିତ୍ୱ ଦେବେ, ତାହାକୁ ପାଳନ କରିବା ସହ ଅନ୍ୟ ସରକାରୀ ଯୋଜନାରେ ମଧ୍ୟ ସେମାନେ ସାମିଲ ହେବେ ବୋଲି ସଭାପତି ସୁଜାତା ପାଣିଗ୍ରାହୀ କହିଛନ୍ତି।
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….
ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…
ଫିଲ୍ମ ଷ୍ଟାଇଲ୍ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…
ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…
Archives

