Posted inଜାତୀୟ

ରାଜ୍ୟପାଳ ଭଗତ ସିଂଙ୍କୁ ଫେରାଇ ନେବାକୁ କେନ୍ଦ୍ରକୁ ଅନୁରୋଧ କଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୧୩ ।୨: ଶିବସେନା ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭାଜପା ଇସାରାରେ କାର୍ଯ୍ୟ କରୁଥିବା ଅଭିଯୋଗ ଆଣିଛି । ଏହାକୁ ନେଇ ମହାରାଷ୍ଟ୍ର ସରକାର କହିଛନ୍ତି କେନ୍ଦ୍ର ସରକାର ଯଦି ଚାହୁଁଛନ୍ତି ସମ୍ବିଧାନ ଠିକ୍ ରହୁ ବୋଲି ତେବେ ସେ ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଫେରାଇ ନିଅନ୍ତୁ । ଶିବସେନା କହିଛି ମହାରାଷ୍ଟ୍ରରେ ମହା ବିକାଶ ଅଘାଡି(ଏମ୍‌ବିଏ) ସରକାର ସ୍ଥିର ଓ ମଜଭୁତ । କେନ୍ଦ୍ର ସରକାର ଏହା ଉପରେ ଆକ୍ରମଣ କରିବାକୁ ରାଜ୍ୟପାଳଙ୍କ ସାହାରା ନ ନେଉ । ଶିବସେନା ତା’ର ମୁଖପତ୍ର ସାମନାରେ ଲେଖିଛି କି କୋଶିୟାରୀ ଏବେ ଅଛନ୍ତି ଚର୍ଚ୍ଚାରେ । ସେ ତ କିଛିବର୍ଷ ହେବ ରାଜନୀତିରେ ସକ୍ରିୟ ରହିଛନ୍ତି । କେନ୍ଦ୍ରମନ୍ତ୍ରୀ ସହ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି । ହେଲେ ଯେବେଠାରୁ ସେ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ କାମ ଆରମ୍ଭ କରିଛନ୍ତି ସେବେଠାରୁ ସେ ଖବରରେ ବା ବିବାଦରେ ରହୁଛନ୍ତି । ନିକଟରେ ରାଜ୍ୟପାଳ ବିମାନ ଯୋଗେ ଡେରାଡୁନ ବାହାରିଥିବା ବେଳେ ମହାରାଷ୍ଟ୍ର ସରକାର କିନ୍ତୁ ତାଙ୍କୁ ସରକାରୀ ବିମାନ ବ୍ୟବହାର କରିବାକୁ ଦେଇ ନ ଥିଲେ । ଫଳରେ ସେ ଘରୋଇ ବିମାନରେ ଯାତ୍ରା କରିଥିଲେ । ଏହାକୁ ନେଇ ଭାଜପା ଶିବସେନା ଉପରେ ବର୍ଷିଥିବା ବେଳେ ଆପଣଙ୍କୁ ଜାଣି ରଖିବା ଉଚିତ କି ଜଣେ ରାଜ୍ୟପାଳ ନିଜ କାମ ପାଇଁ ସରକାରୀ ବିମାନ ବ୍ୟବହାର କରିପାରିବେ ନାହିଁ ବୋଲି କହିଥିଲା ଶିବସେନା । ଏହା ଜାଣି ମଧ୍ୟ ଭାଜପା ଏବେ ଏହାକୁ ଇସ୍ୟୁ କରୁଛି ବୋଲି ମହାରାଷ୍ଟ୍ର ସରକାର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri