ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ତତ୍ପର ଆନନ୍ଦପୁର

ଆନନ୍ଦପୁର, ୩୦।୧(ସ୍ବ.ପ୍ର.)- ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ପାଇଁ ଆନନ୍ଦପୁର ସହର ବେଶ୍‌ ତତ୍ପର ହୋଇଉଠିଛି। ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ଚଳିତ ମାସ ୩୧ ତାରିଖରେ ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ତିନିଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ଲାଟିନମ୍‌ ଜୁବିଲି କାର୍ଯ୍ୟକ୍ରମର ଉଦ୍‌ଯାପନୀ ଦିବସ ୨ ତାରିଖରେ ରାଜ୍ୟପାଳ ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ରାଜ୍ୟ ତଥା କେନ୍ଦ୍ର ମନ୍ତ୍ରୀମାନଙ୍କର ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଜୁବିଲି ସମାବେଶକୁ ଲକ୍ଷ୍ୟ ରଖି ପ୍ରଶାସନିକ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ସହର ମଧ୍ୟଭାଗକୁ ଯାଇଥିବା ରାସ୍ତାଗୁଡିକର ସୌନ୍ଦର୍ଯ୍ୟକରଣ ପାଇଁ ବ୍ରିଜଛକ ଠାରେ ଥିବା ଅଧାଗଢା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରାଯିବା, ବୃକ୍ଷରୋପଣ କରାଯିବା ନିମନ୍ତେ ଉଦ୍ୟମ ଆରମ୍ଭ କରାଯାଇଥିବା ଦେଖିବାକୁ ମିଳିଛି। ରାସ୍ତାର ଉଭୟ ପାର୍ଶ୍ୱକୁ ସଫାସୁତୁରା କରାଯାଇ ସହରର ସୌନ୍ଦର୍ଯ୍ୟକୁ ବୃଦ୍ଧି କରିବା ପାଇଁ ଉଦ୍ୟମ କରାଯାଉଥିବା ଦେଖାଯାଇଛି। ପ୍ରଶାସନ ଦ୍ୱାରା ତରବରିଆ ଭାବେ ଅଧାଗଢା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରାଯିବା ନିମନ୍ତେ କରାଯାଉଥିବା ଉଦ୍ୟମକୁ ସାଧାରଣରେ ସ୍ବାଗତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଆନନ୍ଦପୁର ଷ୍ଟାଡିୟମ ଏବଂ ବିଏନ ହାଇସ୍କୁଲ ପଡିଆ ଠାରେ ଦୁଇ ଗୋଟି ହେଲିପ୍ୟାଡର ବ୍ୟବସ୍ଥା କରାଯାଇଥିବାବେଳେ ସାଧାରଣ ସଭା ପାଇଁ ବାରିକେଡର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri