ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୩୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୩ ଜଣ ରହିଥିବା ବେଳେ ଝାରସୁଗୁଡ଼ା, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳରୁ ଜିଲାରୁ ଜଣେ ଲେଖାଏ ରହିଛନ୍ତି ।