ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୨ରେ ପହଞ୍ଚିଲା

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ବୋଲି ଜଣାପଡ଼ିଛିି। ତେବେ ତାଙ୍କୁ ମିଶାଇ ରାଜ୍ୟରେ ୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

 

ପ୍ରକାଶ ଯେ, ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟରେ ୨୦୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪୨ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ୨ଜଣଙ୍କ ମୃତ୍ୟୁ ଘଟିଛି।