CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛିି।  ତେବେ ଏହାକୁ ମିଶାଇ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଥିବା ବେଳେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।