ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୯୯୪କୁ ବୃଦ୍ଧି ପାଇଛି। ଆଜି ସୁନ୍ଦରଗଡ ଜିଲାରୁ ସର୍ବାଧିକ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱରରୁ ୪, କେନ୍ଦ୍ରାପଡାରୁ ୨ଜଣ ଅଛନ୍ତି। ସେହିପରି ଅନୁଗୋଳ, ବାଲେଶ୍ୱର, ଗଞ୍ଜାମ ଓ କନ୍ଧମାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।