ରାଜ୍ୟରେ ଆରମ୍ଭ ହେବ ‘ଆଇବିଏମ୍‌ ଷ୍ଟିମ୍‌ ଫର୍‌ ଗର୍ଲସ’

ଭୁବନେଶ୍ୱର,୨୮।୯ (ବ୍ୟୁରୋ): ରାଜ୍ୟରେ ‘ଆଇବିଏମ୍‌ ଷ୍ଟିମ୍‌ ଫର୍‌ ଗର୍ଲସ’ କାର୍ଯ୍ୟକ୍ରମ ପ୍ରଚଳନ କରିବା ପାଇଁ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଆଇବିଏମ୍‌ ଇଣ୍ଡିଆ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟର ୧୨୫ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟୟନରତ ବିଦ୍ୟାର୍ଥୀଙ୍କ ବିଷୟଗତ ଶିକ୍ଷାର ସମୃଦ୍ଧି ପାଇଁ ଏହି ପଦକ୍ଷେପ ନିଆଯାଇଛି। ଏହି ବୁଝାମଣାପତ୍ର ହେବା ଦ୍ୱାରା ଆଇବିଏମ୍‌ ସଂସ୍ଥା ଅଷ୍ଟମରୁ ଦଶମ ଶ୍ରେଣୀ ଯାଏ ପାଠ ପଢ଼ୁଥିବା ଅନୂ୍ୟନ ୨୦ହଜାର ଛାତ୍ରୀ ଓ ୧୦ହଜାର ଛାତ୍ରଙ୍କୁ ଗଣିତ, ବିଜ୍ଞାନ, ବୈଷୟିକ, ଇଞ୍ଜିନିୟରିଂ ବିଷୟରେ ଉନ୍ନତ ଜ୍ଞାନକୌଶଳ ଶିକ୍ଷା ପ୍ରଦାନ କରିବ।
ସୂଚନାଯୋଗ୍ୟ, ସରକାରୀ ବିଦ୍ୟାଳୟରେ ପାଠ ପଢ଼ୁଥିବା ଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ମାଧ୍ୟମରେ ଆତ୍ମନିର୍ଭରଶୀଳ ହେବା ଲାଗି ପଥପ୍ରଦର୍ଶକର ଭୂମିକା ଗ୍ରହଣ କରିଥାଏ ଆଇବିଏମ୍‌ ଇଣ୍ଡିଆ। ତେବେ ବିଦ୍ୟାର୍ଥୀଙ୍କୁ ଡିଜିଟାଲ ସ୍ବାକ୍ଷର, କୋଡିଂ ଓ ବୈଷୟିକ ଦକ୍ଷତା କୌଶଳ ସଂକ୍ରାନ୍ତରେ ତାଲିମ ଯୋଗାଇ ଷ୍ଟିମ୍‌ ଶିକ୍ଷା ପ୍ରଣାଳୀ ପ୍ରତି ଆଗ୍ରହ ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ରହିଛି। ଓସେପା ସଭାଗୃହରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ଓ ଆଇବିଏମ୍‌ କର୍ପୋରେଟ୍‌ ସିଟିଜେନ୍‌ଶିପ୍‌ ଭାରତ ଓ ଦକ୍ଷିଣ ଏସିଆ ମୁଖ୍ୟ ରୁମି ମଲ୍ଲିକ ମିତ୍ର ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri