ରାଜ୍ୟରେ ଆରମ୍ଭ ହେବ ସ୍ବଚ୍ଛ ସର୍ବେକ୍ଷଣ ଲିଗ୍‌

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳଗୁଡିକ କେତେ ସଫାସୁତୁରା ରହିଛି ତାହା ଜାଣିବା ଲାଗି ପ୍ରଥମଥର ସାରା ରାଜ୍ୟରେ ସ୍ବଚ୍ଛ ସର୍ବେକ୍ଷଣ (ଏସ୍‌ଏସ୍‌) ଲିଗ୍‌ ୨୦୨୦ ଆରମ୍ଭ ହେବ। ତରଳ, କଠିନ ଓ ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା ସହ ସ୍ବଚ୍ଛତା କ୍ଷେତ୍ରରେ ସମସ୍ତ ୧୧୪ ପୌରସଂସ୍ଥାର ର଼୍ୟାଙ୍କିଙ୍ଗ୍‌ କରାଯିବ। ଲୋକଙ୍କୁ ସ୍ବଚ୍ଛତା କାର୍ଯ୍ୟକ୍ରମରେ ସଂଶ୍ଳୀଷ୍ଟ କରିବା ସହ ସେମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରି ସହରକୁ ପରିଷ୍କାର ପରିଚ୍ଛନ୍ନ ରଖିବା ଏବଂ ଜୀବନ ଧାରଣ ମାନରେ ଉନ୍ନତି ଆଣିବା ସର୍ବେକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ କୁହାଯାଇଛି। ବିଭାଗ ପକ୍ଷରୁ ରବିବାର ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ, ଏସ୍‌ଏସ୍‌ ଲିଗ୍‌ ୩ ତ୍ରୈମାସିକ ଅର୍ଥାତ୍‌ ଏପ୍ରିଲ୍‌-ଜୁନ୍‌, ଜୁଲାଇ-ସେପ୍ଟେମ୍ବର ଓ ଅକ୍ଟୋବର-ଡିସେମ୍ବରରେ କାର୍ଯ୍ୟକାରୀ ହେବ। ସ୍ବଚ୍ଛ ଭାରତ ସର୍ବେକ୍ଷଣ ୨୦୨୦ ଲାଗି ସହରାଞ୍ଚଳଗୁଡିକୁ ଏସ୍‌ଏସ୍‌ ଲିଗ୍‌ରେ ଅଂଶଗ୍ରହଣ କରିବା ଜରୁରୀ। କାରଣ ତ୍ରୈମାସିକ ସର୍ଭେ ସହ ହେବାକୁ ଥିବା ବାର୍ଷିକ ସର୍ବେକ୍ଷଣରେ ୨୫% ଗ୍ରେସ୍‌ମାର୍କ ମିଳିବ। ବିଭାଗ ପକ୍ଷରୁ ଏ କ୍ଷେତ୍ରରେ ସକରାତ୍ମକ ପଦକ୍ଷେପ ଗ୍ରହଣ କରାଯିବା ସହ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ପୌରସଂସ୍ଥାଗୁଡିକୁ ନେଇ ରାଜ୍ୟ ସ୍ତରରେ ଏକ କର୍ମଶାଳା ଆୟୋଜିତ ହୋଇଛି। ସ୍ବଚ୍ଛ ସର୍ବେକ୍ଷଣରେ ଅଂଶଗ୍ରହଣ କରୁଥିବା ବ୍ୟକ୍ତି ଓ ସଂସ୍ଥାମାନଙ୍କୁ ଏ ସଂକ୍ରାନ୍ତ କିଟ୍‌ ଯୋଗାଇ ଦିଆଯାଇଛି। ସ୍ବଚ୍ଛ ସର୍ବେକ୍ଷଣ ଡାଟା ଅପ୍‌ଲୋଡ ଆବଶ୍ୟକ ଥିବାରୁ ଏ ସଂକ୍ରାନ୍ତରେ ଏକ ଦିନିକିଆ ରାଜ୍ୟସ୍ତରୀୟ କର୍ମଶାଳାର ମଧ୍ୟ ଆୟୋଜନ କରାଯାଇଛି। କର୍ମଶାଳା ପରେ ବରିଷ୍ଠ ଅଧିକାରୀଙ୍କ ଲାଗି ବିସ୍ତୃତ କାର୍ଯ୍ୟ ଯୋଜନା ପ୍ରଦାନ କରାଯାଇଥିବାବେଳେ ସ୍ବଚ୍ଛ ସର୍ବେକ୍ଷଣ ସଂକ୍ରାନ୍ତରେ ପୌରାଞ୍ଚଳ ଲୋକଙ୍କୁ ସଚେତନ ଲାଗି ବ୍ୟାପକ ଆଇଇସି ସାମଗ୍ରୀ ଯୋଗାଯାଇଛି।
ଉଲ୍ଲେଖଯୋଗ୍ୟ, ରାଜ୍ୟର ସମସ୍ତ ପୌରାଞ୍ଚଳରେ ସ୍ବଚ୍ଛ ସର୍ବେକ୍ଷଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହଯୋଗୀ ସଂସ୍ଥାଗୁଡିକ ସହ ବୈଠକ କରାଯାଇ ସଚେତନ କରାଯାଉଛି। ଲୋକେ କିଭଳି ସର୍ବେକ୍ଷଣରେ ଅଂଶଗ୍ରହଣ କରିବେ ସେଥିଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ପ୍ରଚାରପତ୍ର, ମାଇକ ପ୍ରଚାର, କାନ୍ଥରେ ଚିତ୍ର, ରାଲି, ପ୍ରତିଯୋଗିତା, ଷ୍ଟ୍ରିଟ ପ୍ଲେ, ହୋର୍ଡିଂ ମାଧ୍ୟମରେ ସଚେତନ କରାଯାଉଥିବାବେଳେ ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ସ୍ବଚ୍ଛସାଥୀ ଭାବେ ମୁତୟନ କରାଯାଇଛି। ଏମାନେ ପ୍ରତିଘରକୁ ଯାଇ ଲୋକଙ୍କୁ ସଚେତନ କରିବେ। ଏଭଳି କାର୍ଯ୍ୟକ୍ରମ କେବଳ ସ୍ବଚ୍ଛ ସର୍ବେକ୍ଷଣ ପାଇଁ ନୁହେଁ, ବରଂ ସ୍ବଚ୍ଛ ଓଡିଶା ସୁସ୍ଥ ଓଡିଶା ଗଠନ ଦିଗରେ ବେଶ୍‌ ସହାୟକ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri