ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୧୦୦ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପ୍ରତି ଓଡ଼ିଶା ସରକାର ପ୍ରତିବଦ୍ଧ। ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରୋତ୍ସାହନ ଦେବାକୁ ସମଗ୍ର ରାଜ୍ୟରେ ନୂତନ ଢାଞ୍ଚାରେ ୨୧୪ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ଖୁବ୍‌ଶୀଘ୍ର ଆଉ ୧୦୦ ବ୍ଲକ୍‌ରେ ଆଦର୍ଶ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବୁଧବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଓ ନବନିଯୁକ୍ତ ଶିକ୍ଷକଙ୍କ ପାଇଁ ମାର୍ଗଦର୍ଶନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଶିକ୍ଷାଦାନ ଏକ ମହାନ୍‌ ବୃତ୍ତି। ଶ୍ରେଣୀ କକ୍ଷରେ ହିଁ ଦେଶର ଭବିଷ୍ୟତ ଗଠନ କରାଯାଇଥାଏ। ତେଣୁ କେବଳ ପୁସ୍ତକଗତ ଶିକ୍ଷାଦାନ ମଧ୍ୟରେ ସୀମିତ ନ ରହି ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନ ଓ ସେମାନଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧର ବିକାଶ ଉପରେ ଶିକ୍ଷକମାନେ ଗୁରୁତ୍ୱ ଦେବା ଆବଶ୍ୟକ। ଆଦର୍ଶ ବିଦ୍ୟାଳୟ ଉତ୍ତମ ଶିକ୍ଷାଦାନ ସହ ପିଲାଙ୍କ ସ୍ବପ୍ନକୁ ସାକାର କରିବାରେ ସହାୟକ ହୋଇପାରିଛି। ୬୦% ଛାତ୍ରୀ ଏଠାରେ ଶିକ୍ଷା ଗ୍ରହଣ କରିପାରୁଛନ୍ତି। ସିବିଏସ୍‌ଇ ଅଧୀନରେ ପରୀକ୍ଷା ହେଉଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ୧୦ମ ଶ୍ରେଣୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦେଇ ଭୁବନେଶ୍ବରରେ ଏକ ରାଜ୍ୟସ୍ତରୀୟ ଆଦର୍ଶ ବିଦ୍ୟାଳୟ ଖୋଲାଯିବା ନେଇ ସୂଚନା ଦେଇଥିଲେ। ଏଥିପାଇଁ ଖଣ୍ଡଗିରି ନିକଟରେ ସ୍ଥାନ ଚିହ୍ନଟ ସରିଥିବାବେଳେ ଏଠାରେ ସାରା ରାଜ୍ୟରୁ ୫ ହଜାର ଛାତ୍ରୀଛାତ୍ରଙ୍କ ପଢ଼ିବା ପାଇଁ ବ୍ୟବସ୍ଥା କରାଯିବ। ଅନ୍ୟାନ୍ୟ ପାଠ୍ୟକ୍ରମ ସହ ଏହି ମଡେଲ୍‌ ସ୍କୁଲରେ ଧନ୍ଦାମୂଳକ ପାଠ୍ୟକ୍ରମରେ ସ୍ବତନ୍ତ୍ର ଭାବେ ଶିକ୍ଷାଦାନ ଦିଆଯିବ। ଏହାସହ ରାଜ୍ୟର ୩୦ ଜିଲାରେ ଗୋଟିଏ ଲେଖାଏ ଆଦର୍ଶ ବିଦ୍ୟାଳୟକୁ ଚିହ୍ନଟ କରାଯାଇ ତାହାକୁ ମଡେଲ୍‌ ସ୍କୁଲ କରାଯିବ। ଏହି ୩୦ ବିଦ୍ୟାଳୟରେ ଭୁବନେଶ୍ବର ଢାଞ୍ଚାରେ ଧନ୍ଦାମୂଳକ ଶିକ୍ଷା ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ରହିବ ବୋଲି ମନ୍ତ୍ରୀ ଦାଶ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ଲାଗି ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୮୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡ. ବିଜୟ ସାହୁ ଇଂଲିଶ ମିଡିୟମ୍‌ ସ୍କୁଲରେ ପଢ଼ିପାରୁ ନ ଥିବା ପଛୁଆ ଜିଲାର ପିଲାମାନେ ଆଦର୍ଶ ବିଦ୍ୟାଳୟ ମାଧ୍ୟମରେ କିଭଳି ନିଜ ସ୍ବପ୍ନକୁ ସାକାର କରିପାରୁଛନ୍ତି ସେ ସମ୍ପର୍କରେ କହିଥିଲେ। ୭୦ ହଜାରରୁ ଅଧିକ ଛାତ୍ରୀଛାତ୍ର ଏଠାରୁ ଶିକ୍ଷାଲାଭ କରିଥିବାବେଳେ ଭୁବନେଶ୍ବରରେ ଏକ ବୃହତ୍ତମ ମଡେଲ୍‌ ସ୍କୁଲ ନିର୍ମାଣ କରାଯାଇ ସେଠାରେ ମେଧାବୀ ପିଲାଙ୍କୁ ତାଲିମ ଦିଆଯିବ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଚିତ୍ରା ଆରୁମୁଗମ୍‌ ସ୍ବାଗତ ଭାଷଣ ଦେଇଥିବାବେଳେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ରଘୁରାମ ଆର୍‌. ଆୟାର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦର୍ଶ ବିଦ୍ୟାଳୟର ନୂଆ ଓ୍ବେବ୍‌ସାଇଟ ଲୋକାର୍ପଣ କରିବା ସହ ୪୮୯ ଶିକ୍ଷକ ଓ ୮ ଅଧ୍ୟକ୍ଷଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ। ୨୦୧୯ ସିବିଏସ୍‌ଇ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ୯ ଛାତ୍ରୀଛାତ୍ର, ଶତ ପ୍ରତିଶତ ପାସ୍‌ ହାର ପାଇଁ ୯ ଆଦର୍ଶ ବିଦ୍ୟାଳୟ ଏବଂ ୬ କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?