ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍‌ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ ଛାତ୍ରୀଛାତ୍ରଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକ ସମ୍ମିଳନୀକୁ ଉଦ୍‌ଘାଟନ କରି ଭାରତ ସରକାର ଉତ୍କଳ ବିଶ୍ୱବିଦ୍ୟାଳୟକୁ ଗବେଷଣାର ହବ୍‌ ଭାବେ ଘୋଷଣା କରିଛନ୍ତି ବୋଲି ସୂଚନା ଦେଇଥିଲେ। ରାଜ୍ୟର ଅଗ୍ରଣୀ ଶିକ୍ଷାନୁଷ୍ଠାନ ତଥା ଗବେଷଣା ଅନୁଷ୍ଠାନଗୁଡ଼ିକ ସହିତ ସହଭାଗିତାରେ ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବାକୁ ବିଶ୍ୱବିଦ୍ୟାଳୟ ସଂକଳ୍ପବଦ୍ଧ ବୋଲି କୁଳପତି ଦର୍ଶାଇଥିଲେ। ଗବେଷକଙ୍କ ମଧ୍ୟରେ ବୌଦ୍ଧିକ ସ୍ବାଧୀନତା ଓ ବୌଦ୍ଧିକ ନିରାପତ୍ତାର ବିକାଶ ତଥା ଭାବ ବିନିମୟ କରିବାକୁ ସେ ପରାମର୍ଶ ଦେଇଥିଲେ।
ଉଦ୍‌ଘାଟନୀ ସଭାରେ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷା ପ୍ରଫେସର ସବିତା ଆଚାର୍ଯ୍ୟ ଯୋଗଦେଇ ଆଜିର ସମ୍ମିଳନୀରେ ଭୌତିକ ବିଜ୍ଞାନ, ଜୀବ ବିଜ୍ଞାନ, ମ୍ୟାନେଜମେଣ୍ଟ, ସାମାଜିକ ବିଜ୍ଞାନ ଓ ସାହିତ୍ୟ କ୍ଷେତ୍ରରେ ଶ୍ରେଷ୍ଠ ଗବେଷଣାକୁ ପୁରସ୍କୃତ କରାଯିବ ବୋଲି ଘୋଷଣା କରିଥିଲେ। ବିଶ୍ୱବିଦ୍ୟାଳୟ କୁଳସଚିବ ଦୟାନିଧି ନାୟକ ଏଭଳି ଏକ କାର୍ଯ୍ୟକ୍ରମକୁ ବିଶ୍ୱବିଦ୍ୟାଳୟରେ ସୀମିତ ନ ରଖି ରାଜ୍ୟର ଅନ୍ୟ ଅନୁଷ୍ଠାନଗୁଡ଼ିକରେ ମଧ୍ୟ ଆୟୋଜନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ୱବିଦ୍ୟାଳୟରେ ହେଉଥିବା ଗବେଷଣାର ମୂଲ୍ୟ ସମାଜର ହିତ ସାଧନରେ କିପରି ଲାଭଦାୟକ ହେବ ସେନେଇ ଆଲୋକପାତ କରିଥିଲେ। ଏହି ଅବସରରେ ବିଭିନ୍ନ ବିଭାଗ ତରଫରୁ ଗବେଷଣାଲବ୍ଧ ଜ୍ଞାନକୁ ପ୍ରଦର୍ଶନ କରାଯାଇଥିଲା। ଏଥିରେ ଶିକ୍ଷା, ସ୍ବାସ୍ଥ୍ୟ, ପରିବେଶ ଓ ସାମାଜିକ ନ୍ୟାୟ କ୍ଷେତ୍ରରେ ସାମ୍ପ୍ରତିକ ସମସ୍ୟା ସମାଧାନ ଓ ଉନ୍ନତି ସମ୍ବନ୍ଧୀୟ ଗବେଷଣା ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଉତ୍କଳ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗ ତଥା ଆଇଏମ୍‌ଏମ୍‌ଟି, ଆଇଏଲ୍‌ଏସ୍‌, ଆର୍‌ପିଆର୍‌ସି, ଆଇସିଏଆର୍‌ ଭଳି ଗବେଷଣା ପ୍ରତିଷ୍ଠାନରୁ ୧୦୦ ବିଦ୍ୟାର୍ଥୀ ଏଥିରେ ଭାଗ ନେଇଥିଲେ ବୋଲି ଆଞ୍ଚଳିକ ଗବେଷଣା ହବ୍‌ର ଆବାହକ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟ ସୂଚନା ଦେଇଛନ୍ତି। ଉକ୍ତ ପ୍ରଳକ୍ପ ମଧ୍ୟରୁ ବିଚାରମଣ୍ଡଳୀଙ୍କ ଦ୍ୱାରା ଶ୍ରେଷ୍ଠ ବିବେଚିତ ପ୍ରକଳ୍ପ ଓ ସମ୍ପୃକ୍ତ ବିଦ୍ୟାର୍ଥୀଙ୍କୁ ପୁରସ୍କୃତ କରାଯିବ। ଆଞ୍ଚଳିକ ଗବେଷଣା ହବ୍‌ର ସଂଯୋଜକ ପ୍ରଫେସର ନିଗମାନନ୍ଦ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?