ରାଜ୍ୟରେ ଧାନ ସଂଗ୍ରହ କାର୍ଯ୍ୟ ତ୍ୱରାନ୍ବିତ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଥିବାବେଳେ ଫେବୃୟାରୀ ୧୩ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ୱାରା ୪୩ ଲକ୍ଷ ୩୮ ହଜାର ୭୭୮ ଟନ ଧାନ ବିଭିନ୍ନ ମଣ୍ଡି ଜରିଆରେ ସଂଗ୍ରହ କରାଯାଇଛି, ଯାହା ଧାର୍ଯ୍ୟ ଲକ୍ଷ୍ୟର ୮୭ ପ୍ରତିଶତ ବୋଲି ଜଣାପଡିଛି। ଚଳିତବର୍ଷ ରାଜ୍ୟ ସରକାର ଖରିଫରେ ୫୦ ଲକ୍ଷ ଟନ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ତେଣୁ ଆସନ୍ତା ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ଧାନ ସଂଗ୍ରହ ଚାଲିବ। ୩୦ ଜିଲାରେ ୩, ୫୪୧ଟି ଧାନମଣ୍ଡି ମାଧ୍ୟମରେ ଚାଷୀମାନଙ୍କ ପି-ପାସ୍‌ ଓ ଆଗୁଆ ଟୋକେନ୍‌ ପ୍ରଦାନ ମାଧ୍ୟମରେ ଧାନ ସଂଗ୍ରହ କାର୍ଯ୍ୟ କରାଯାଉଛି। ଏଯାବତ୍‌ ଚାଷୀମାନଙ୍କୁ ସମୁଦାୟ ୧୦ ଲକ୍ଷ ୨ ହଜାର ୮୨୩ଟି ଆଗୁଆ ଟୋକେନ୍‌ ପ୍ରଦାନ କରାଯାଇଛି। ଗୁରୁବାର ସୁଦ୍ଧା ୭ ଲକ୍ଷ ୬୯ ହଜାର ୮୬୦ ଜଣ ଚାଷୀ ଧାନ ବିକ୍ରି କରିଛନ୍ତି।
ଅଧିକ ଧାନ ସଂଗ୍ରହ ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱରରୁ ୧ ଲକ୍ଷ ୨୬ ହଜାର ୯୦୭ ଟନ, ବରଗଡ଼ରୁ ୬ ଲକ୍ଷ ୩୭ ହଜାର ୩୮୯ ଟନ, ବଲାଙ୍ଗୀରରୁ ୩ ଲକ୍ଷ ୧ ହଜାର ୧୫୦ ଟନ, ଗଞ୍ଜାମ ଜିଲାରୁ ୨ ଲକ୍ଷ ୮୧ ହଜାର ୮୧୭ ଟନ, କଳାହାଣ୍ଡିରୁ ୪ ଲକ୍ଷ ୩୩ ହଜାର ୮୯୨ ଟନ, କୋରାପୁଟରୁ ୨ ଲକ୍ଷ ୯୬୨ ଟନ, ନବରଙ୍ଗପୁର ୧ ଲକ୍ଷ ୩୩ ହଜାର ୩୨୦ ଟନ, ସମ୍ବଲପୁର ଜିଲାରୁ ୨ ଲକ୍ଷ ୯୬ ହଜାର ୧୮୨ ଟନ, ନୂଆପଡ଼ାରୁ ୧ ଲକ୍ଷ ୨୧ ହଜାର ୩୦୧ ଟନ, ସୁବର୍ଣ୍ଣପୁର ଜିଲାରୁ ୩ ଲକ୍ଷ ୨୨ ହଜାର ୬୬୪ ଟନ ଏବଂ ସୁନ୍ଦରଗଡ଼ ଜିଲାରୁ ୧ ଲକ୍ଷ ୩୩ ହଜାର ୯୫୩ ଟନ ଧାନ ସଂଗ୍ରହ କରାଯାଇଛି। ଧାନ ସଂଗ୍ରହ ଅର୍ଥ ବାବଦକୁ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗୁରୁବାର ସୁଦ୍ଧା ପ୍ରାୟ ୭୪୫୮ କୋଟି ୭୯ ଲକ୍ଷ ଟଙ୍କା ପଠାଯାଇଥିବା ବିଭାଗ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri