ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୬ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇଥିବାବେଳେ କିଛି ସ୍ଥାନରେ ଦିନ ତାପମାତ୍ରାରେ ପ୍ରାୟ ୨ରୁ ୪ ଡିଗ୍ରୀ ବଢ଼ିଛି। ଗତ ୨୪ଘଣ୍ଟାରେ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରହିଥିଲା। ସେହିପରି ସମତଳ ଅଞ୍ଚଳ ଭାବେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଏବଂ ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ୩୬ ଡିଗ୍ରୀ ରେକର୍ଡ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁସାରେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାଧାରଣ ତାପମାତ୍ରାଠାରୁ ପ୍ରାୟ ୩ ଡିଗ୍ରୀ କମ୍ ରହିଛି। ସେହିପରି ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୨ଡିଗ୍ରୀ କମ୍ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଥିଲା। ତେବେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍ସିଂହପୁର, କଟକ ଏବଂ ବାଲେଶ୍ୱର ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବ ବୋଲି ସୂଚନା ଦିଆଯାଇଛି।
Dharitri – Odisha’s No.1 Odia Daily

