ରାଜ୍ୟରେ ବଳାତ୍କାର ମାମଲା ବଢିଚାଲିଛି, ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ପ୍ରଦୀପ୍ତ ନାୟକ

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀରେ ଘଟିଥିବା ଲଜ୍ଜାଜନକ ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଏବଂ ଭାଜପା ରାଜ୍ୟ ସରକାରଙ୍କୁ ଘେରିଛନ୍ତି। କଂଗ୍ରେସ ନବୀନ ନିବାସ ଘେରାଉ କରିଥିବାବେଳେ ଭାଜପା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ଦାବି କରିଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ କହିଛନ୍ତି, ରାଜ୍ୟରେ ଦିନକୁ ଦିନ ନାରୀ ବଳାତ୍କାର ଏବଂ ନିର୍ଯାତନା ମାମଲା ବଢିଚାଲିଛି। ଯାଜପୁରର ସ୍ମିତାରାଣୀ, ପାଇକମାଳ ଏବଂ ପିପିଲି ଘଟଣା ଏହାର ଜ୍ୱଳନ୍ତ ଉଦାହରଣ। ପୁରୀ ବଳାତ୍କାର ମାମଲାରେ ଖୋଦ ପୋଲିସ ସମ୍ପୃକ୍ତ ଥିବାରୁ ଏହାର ତଦନ୍ତ ଠିକ୍‌ ଭାବରେ ହେବ ନାହିଁ। ତେଣୁ କ୍ରାଇମ୍‌ବ୍ରାଞ୍ଚ ନୁହେଁ, ଘଟଣାର ସିବିଆଇ ତଦନ୍ତ କରାଯାଉ ବୋଲି ସେ ଦାବି କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ମୁଖ୍ୟମନ୍ତ୍ରୀ ଗୃହ ବିଭାଗରେ ଥିବାରୁ ନୈତିକତା ଦୃଷ୍ଟିରୁ ସେ ଇସ୍ତଫା ଦିଅନ୍ତୁ। ସୂଚନାଯୋଗ୍ୟ, ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଥିଲେ। ନିଜକୁ ପୋଲିସ ବୋଲି ପରିଚୟ ଦେଇ ଜଣେ ଯୁବକଙ୍କ ସମେତ ୪ଜଣ ଲିଫ୍ଟ ଦେବା ବାହାନାରେ ତାଙ୍କୁ ଗଣବଳାତ୍କାର କରିଥିବା ପୀଡ଼ିତା କହିଛନ୍ତି। ପୁରୀ ଏସପି ଉମାଶଙ୍କର ଦାଶ ତୁରନ୍ତ କୁମ୍ଭାରପଡ଼ା ଥାନାରେ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଯୁବତୀଙ୍କ ବୟାନକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ତଥା ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର ସେଠୀ(ନଂ. ୪୫୦)ଙ୍କୁ ଗିରଫ କରିଛି। ଅନ୍ୟ ୩ଜଣଙ୍କୁ ଥାନାରେ ଅଟକ ରଖାଯାଇ ପଚରାଉଚୁରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?