ରାଜ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତ ବଢ଼ିଛି

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗତ ୫ ବର୍ଷ ମଧ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ବୃଦ୍ଧି ପାଇଛି। ବିଭାଗ ପକ୍ଷରୁ ଆପଦ୍‌କାଳୀନ ପାଣ୍ଠି ବାବଦରେ ପ୍ରତି ପ୍ରାଥମିକ ସମବାୟ ସମିତିକୁ ୨ ଲକ୍ଷ ଟଙ୍କା ଲେଖାଏ ସରକାରୀ ସହାୟତା ଫିଶ୍‌ଫେଡ୍‌ ମାଧ୍ୟମରେ ଦିଆଯାଉଛି। ସମ୍ପ୍ରତି ରାଜ୍ୟରେ ୭୩୨ ସକ୍ରିୟ ପ୍ରାଥମିକ ମତ୍ସ୍ୟ ସମବାୟ ସମିତି କାର୍ଯ୍ୟ କରୁଛି। ମାଛ ଉତ୍ପାଦନ ବୃଦ୍ଧି ଦିଗରେ ମତ୍ସ୍ୟ ସମବାୟ ସମିତିକୁ ଅଧିକ କ୍ରିୟାଶୀଳ କରି ରାଜ୍ୟରେ ନୀଳ ବିପ୍ଳବକୁ ସାକାର କରିବାକୁ ହେବ। ଓଡ଼ିଶାରେ ମାଛ ଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଥିବା ପରିପ୍ରେକ୍ଷୀରେ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ଉତ୍ପାଦନ ବୃଦ୍ଧି ସହିତ ରାଜ୍ୟକୁ ଏ କ୍ଷେତ୍ରରେ ସ୍ବାବଲମ୍ବୀ କରିବାକୁ ପଡ଼ିବ ବୋଲି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି। ସୋମବାର ଓଡ଼ିଶା ରାଜ୍ୟ ମତ୍ସ୍ୟ ସମବାୟ ନିଗମ ଲିଃ (ଫିଶ୍‌ଫେଡ୍‌) ଓ ଫିସ୍‌କୋ ଫେଡ୍‌ର ମିଳିତ ଆନୁକୂଲ୍ୟରେ ରବୀନ୍ଦ୍ରମଣ୍ଡପରେ ରାଜ୍ୟସ୍ତରୀୟ ନିଖିଳ ଭାରତ ସମବାୟ ସପ୍ତାହ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ‘ସମବାୟ ମାଧ୍ୟମରେ ମତ୍ସ୍ୟଜୀବୀଙ୍କ ବିକାଶ’ ଶୀର୍ଷକ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଡ. ସାହୁ ଏହା କହିଛନ୍ତି।
ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ, କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ର ସହିତ ଜଡ଼ିତ ଲୋକଙ୍କ ଆର୍ଥିକ ବିକାଶରେ ସମବାୟର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସବୁବର୍ଗର ଲୋକଙ୍କୁ ସମବାୟ ସହିତ ଯୋଡ଼ି ସେମାନଙ୍କୁ ସମ୍ମିଳିତ ବିକାଶ ପ୍ରକ୍ରିୟାରେ ସାମିଲ କରିବାକୁ ପଡ଼ିବ ବୋଲି ସେ କହିଥିଲେ।
ଫିଶ୍‌ଫେଡ୍‌ ସଭାପତି ଟି. ପ୍ରସାଦରାଓ ଦୋରାଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ, ନୂଆଦିଲ୍ଲୀ ଜାତୀୟ ସମବାୟ ମହାସଂଘର ମୁଖ୍ୟ କାର୍ଯ୍ୟନିର୍ବାହୀ ଏନ୍‌. ସତ୍ୟନାରାୟଣ, ଫିଶ୍‌କୋଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିମଳ କୁମାର ମିଶ୍ର ପ୍ରମୁଖ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଫିଶ୍‌ଫେଡ୍‌ କନ୍ୟାରତ୍ନ ଯୋଜନାରେ ୩୦ଜଣ ମତ୍ସ୍ୟଜୀବୀ ଓ ମତ୍ସ୍ୟଚାଷୀଙ୍କ କନ୍ୟାଙ୍କୁ ଉଚ୍ଚଶିକ୍ଷା ନିମନ୍ତେ ୧୦ ହଜାର ଟଙ୍କା ଲେଖାଏ ଅର୍ଥରାଶି ପ୍ରଦାନ କରାଯାଇଥିଲା। ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୯ ସମବାୟ ସମିତିକୁ ସମ୍ବର୍ଦ୍ଧିତ କରାଯିବା ସହିତ ସମବାୟ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଅବସରପ୍ରାପ୍ତ ଅଧିକାରୀଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଫିଶ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଉମେଶ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ। ପ୍ରାରମ୍ଭରେ ଆୟୋଜିତ ଏକ ପ୍ରଦର୍ଶନୀକୁ ମନ୍ତ୍ରୀ ଡ. ସାହୁ ଉଦ୍‌ଘାଟନ କରିଥିଲେ। କର୍ମଶାଳାରେ ପ୍ରାଥମିକ ସମବାୟ ସମିତି ସଭ୍ୟାମାନଙ୍କୁ ମାଛଚାଷ ସମ୍ବନ୍ଧୀୟ ଜ୍ଞାନକୌଶଳ, କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଓ ସମବାୟ ସମିତି ସହିତ ଜଡ଼ିତ ବିଭିନ୍ନ ଆଇନ ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri