ରାଜ୍ୟରେ ସିଏସି, ଏନ୍‌ଆରସି ଲାଗୁ ହେବା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଂଖ୍ୟାଲଘୁ ସମ୍ପ୍ରଦାୟ ପ୍ରତିନିଧି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପାର୍ଲାମେଣ୍ଟ ନିକଟରେ ନାଗରିକତ୍ୱ ସଂଶୋଧନ ବିଧେୟକ(ସିଏବି)-୨୦୧୯କୁ ଗୃହୀତ କରାଯାଇଛି। ଏହି ବିଧେୟକକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ସେହିପରି ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି) ସାରା ଦେଶରେ ଲାଗୁ ହେବା ନେଇ ମଧ୍ୟ କେତେକ କେନ୍ଦ୍ରୀୟ ନେତା ବକ୍ତବ୍ୟ ଦେଇଛନ୍ତି। ଏହା ଦ୍ୱାରା ଦେଶରେ ବାସ କରୁଥିବା ସଂଖ୍ୟାଲଘୁ ସମ୍ପ୍ରଦାୟ(ବିଶେଷ ଭାବେ ମୁସ୍‌ଲିମ୍‌) ପ୍ରଭାବିତ ହେବେ ବୋଲି ଆଶଙ୍କା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟରେ କେତେକ ସଂଖ୍ୟାଲଘୁ ପ୍ରତିନିଧି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁକ୍ରବାର ଭେଟି ସେମାନଙ୍କ ଆପତ୍ତି ଅଭିଯୋଗ ଜଣାଇଛନ୍ତି।
ଭଦ୍ରକ ଏବଂ ଏହାର ଆଖପାଖ ଅଞ୍ଚଳର ଏକ ପ୍ରତିନିଧି ମଣ୍ଡଳ ସ୍ଥାନୀୟ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ସହ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ଜଣାପଡିଛି। ଏହି ପ୍ରତିନିଧିମାନେ ମୁଖ୍ୟତଃ ଏନ୍‌ଆରସି ଲାଗୁ ନେଇ ଭୟଭୀତ ରହିଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ଚଉଦ ମହଲା ମୁସଲିମ୍‌ ଜମାତ ମୁଖ୍ୟ ମହମ୍ମଦ ଅବଦୁଲ ବରୀ କହିଛନ୍ତି ଯେ, ପିଢି ପରେ ପିଢି ଆମ୍ଭେମାନେ ଓଡ଼ିଶାରେ ରହିଆସିଛୁ। ସିଏବି ଏବଂ ଏନ୍‌ଆରସିକୁ ନେଇ ଯାହା ବି କିଛି ଶଙ୍କା ରହିଛି, ସେ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛୁ। ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ୟା ସମ୍ପର୍କରେ ଅବଗତ ହେବା ପରେ ସକରାତ୍ମକ ମତ ରଖିଛନ୍ତି। ରାଜ୍ୟରେ ବସବାସ କରୁଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର କୌଣସି ଅସୁବିଧା ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି। ସେହିପରି ରାଜ୍ୟରେ ହିନ୍ଦୁ-ମୁସଲିମ୍‌ ସୌହାର୍ଦ୍ଦ୍ୟ ଯେପରି ପୂର୍ବପରି ଅକ୍ଷୁର୍ଣ୍ଣ ରହିବ, ସେ ନେଇ ସରକାର ସବୁ ସମୟରେ ସମ୍ବେଦନଶୀଳ ବୋଲି କୁହାଯାଇଛି। ସେହିପରି ଜମାତର ଅନ୍ୟ ଜଣ ସଦସ୍ୟ ଜାମିଲ୍‌ ଅହମ୍ମଦ ଖାନ କହିଛନ୍ତି ଯେ, ସିଏବି ପାର୍ଲାମେଣ୍ଟରେ ଗୃହୀତ ହେବା ସହ ଏନ୍‌ଆରସି କଥା ଉଠୁଛି। ଦୀର୍ଘଦିନ ଧରି ଅସୁବିଧାରେ ଚଳୁଥିବା କେତେକ ଲୋକ କେଉଁଠୁ ପ୍ରମାଣପତ୍ର ଆଣିବେ। ଏସବୁ କଥା ଉଠିଲେ ଶରଣାର୍ଥୀ ଶିବିର କାହାଣୀ ମନକୁ ଆସୁଛି। ତେଣୁ ସଂଖ୍ୟାଲଘୁ ସମ୍ପ୍ରଦାୟରେ ଭୟ ରହିଛି। ସେମାନେ ତାଙ୍କର ଅସୁବିଧା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଥିବା ଖାନ କହିଛନ୍ତି। ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କହିଛନ୍ତି ଯେ, ରାଜ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବ ଅକ୍ଷୁର୍ଣ୍ଣ ରଖିବା ପାଇଁ ସମସ୍ତେ ବଦ୍ଧପରିବକର। ସଂଖ୍ୟାଲଘୁ ସମ୍ପ୍ରଦାୟ ସେମାନଙ୍କ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି। ସେମାନଙ୍କୁ ଯେପରି କୌଣସି ଅସୁବିଧା ନ ହୁଏ, ତାହା ପ୍ରତି ସରକାର ଯତ୍ନଶୀଳ ବୋଲି ସଞ୍ଜୀବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?