ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବିଗତ ଦିନରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଆଣିବା ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ବେଳେ ପୁଣି ଏଭଳି ଏକ ପଦକ୍ଷେପ ନେଇଛନ୍ତି। ଏଣିକି ସ୍ବାସ୍ଥ୍ୟସେବା ସମ୍ପର୍କରେ ଜାଣିବା ଲାଗି ରୋଗୀଙ୍କ ପାଖକୁ ସିଧାସଳଖ ଫୋନ ଯିବ। ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କଠାରୁ ସ୍ବାସ୍ଥ୍ୟ ବିଭାଗ ମତାମତ ନେବ। ରୋଗୀଙ୍କ ମତ ପାଇଁ ମନ୍ତ୍ରୀ ଓ ସଚିବଙ୍କ ତତ୍ତ୍ୱାବଧାନରେ ଟିମ୍ ଗଠନ କରାଯିବ। ଉକ୍ତ ଟିମ୍ ପକ୍ଷରୁ ରୋଗୀଙ୍କୁ ସିଧାସଳଖ ଫୋନ କରି ମତାମତ ନିଆଯିବ। ଡାକ୍ତରଖାନାରେ କିଭଳି ସେବା ଦିଆଗଲା, ଏଥିରେ ସେମାନେ ସନ୍ତୁଷ୍ଟ କି ଅସନ୍ତୁଷ୍ଟ, ସେ ସମ୍ପର୍କରେ ସୂଚନା ସଂଗ୍ରହ କରାଯିବ। ମୋଟ ଉପରେ ଡାକ୍ତରୀ ସେବାର ସୁବିଧା ଓ ଅସୁବିଧା ରୋଗୀଙ୍କଠାରୁ ବୁଝାଯିବ। ଗୁରୁବାର ସିଡିଏମ୍ଓଙ୍କ ସହ ଭିଡିଓ କନ୍ଫରେନ୍ସିଂ ଯୋଗେ କଥା ହେବା ପରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଏହି ସୂଚନା ଦେଇଛନ୍ତି।
ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଲାଗି ଆଉ ଏକ ପଦକ୍ଷେପ: ଏଣିକି ରୋଗୀଙ୍କଠାରୁ ଫୋନ୍ ଯୋଗେ ମତାମତ ନେବ ସ୍ବାସ୍ଥ୍ୟ ବିଭାଗ
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି…
ରାସ୍ତାରେ ଯାଉଯାଉ ବାଇକ୍ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…
ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ
ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ
କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…
କଏଦୀ ଫେରାର, ଜେଲର ନିଲମ୍ବିତ
ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…
ଜାରି ରହିଛି ବର୍ଷା: ବିଦ୍ୟୁତ୍ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…
ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ
ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…
ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି
କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

