ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର ଗଙ୍ଗୁଆ ଓ ଦୟା ନଦୀ, ରାଉରକେଲାରୁ ବିରିତୋଲ ଯାଇଥିବା ବ୍ରାହ୍ମଣୀ ନଦୀ, ଗୁରାଡିହ ନଳା, ପୁରୀ ନିକଟ ମଙ୍ଗଳା, ନାଗାବଳୀ, କାଠଯୋଡ଼ି, ସେରୁଆ, ରତ୍ନଚିରା, ନନ୍ଦିରା ଜୋର, କୁଆଖାଇ, ମହାନଦୀ, ରୁଷିକୁଲ୍ୟା, ବାଙ୍ଗୁରୁ ନଳା, ଭେଡ଼େନ, କୁସୁମୀ, ଲୁଣା, ସାବୁଳିଆ ଏବଂ ବୁଢାବଳଙ୍ଗ ନଦୀ ବର୍ତ୍ତମାନ ପ୍ରଦୂଷିତ ଥିବା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଆରୁଖ କହିଛନ୍ତି ଯେ, ନଦୀ ତଟବର୍ତ୍ତୀ ସମସ୍ତ ସହରାଞ୍ଚଳରେ ସ୍ବେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପନ କରାଯିବା ବାଧ୍ୟତାମୂଳକ ନୁହେଁ। ମାତ୍ର ନଦୀ ନିକଟବର୍ତ୍ତୀ ସହର ଯଥା ଭୁବନେଶ୍ୱର, କଟକ, ସମ୍ବଲପୁର, ତାଳଚେର ଏବଂ ରାଉରକେଲା ସହରରେ ସ୍ବେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଓଡବ୍ଲ୍ୟୁଏସ୍‌ଏସ୍‌ବି ମାଧ୍ୟମରେ କାର୍ଯ୍ୟକାରୀ କରାଯାଉଛି। ଭୁବନେଶ୍ୱର, ବାରିପଦା, ବ୍ରହ୍ମପୁର, ସମ୍ବଲପୁର, ପୁରୀ ଏବଂ ରାଉରକେଲା ଆଦି ୬ଟି ସହରରେ ସେପଟେଜ୍‌ ଟ୍ରିଟମେଣ୍ଟ ପ୍ଲାଣ୍ଟର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରାଯାଇଛି। ଅନ୍ୟ ଦୁଇଟି ସହର ଯଥା, କଟକ ଓ ବାଲେଶ୍ୱରରେ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହାସହ ୨୯ଟି ସହରରେ ସେପଟେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରିବା ପାଇଁ ପଦକ୍ଷେପ ନିଆଯାଉଛି। ସହରାଞ୍ଚଳର କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀର ଉଲ୍ଲଂଘନ କରିଥିବା ସହରର ପୌର କର୍ତ୍ତୃପକ୍ଷଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସମ୍ବଲପୁର, ଜୁନାଗଡ, ପୁରୀ ଓ କଟକ ପୌର କର୍ତ୍ତୃପକ୍ଷଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri