ରାଜ୍ୟରେ ୨ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ: ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟିର ଅନୁମୋଦନ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ)-ରାଜ୍ୟରେ ୨ଲକ୍ଷ ୦୪,୦୬୯ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ସୋମବାର ଅପରାହ୍ନରେ ଖାରବେଳ ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଲିୟରାନ୍ସ ଅଥରିଟି(ଏଚଏଲସିଏ)ବୈଠକରେ ୫ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏଥିରେ ୨୭ ହଜାର ୬୪୫ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ପେଟ୍ରୋକେମିକାଲ ଓ ମେଟାଲ ଡାଉନଷ୍ଟ୍ରମ ପ୍ରକଳ୍ପ ଗୁଡିକରେ ଏହି ପୁଞ୍ଜିିନିବେଶ ହେବ।
ଜିନ୍ଦଲ (ଇଣ୍ଡିଆ) ଲିମିଟେଡ ପକ୍ଷରୁ ଯାଜପୁର ଜିଲା କଳିଙ୍ଗନଗରଠାରେ ୦.୫୦ନିୟୁତ ଟନର କୋଲ୍ଡ ରୋଲିିଂ କମ୍ପ୍ଲେକ୍ସ ଏବଂ ଷ୍ଟିଲ ପ୍ରୋସେସିଂ ପ୍ଲାଣ୍ଟ ସ୍ଥାପନ କରିବ। ଏହି ପ୍ଲାଣ୍ଟରେ ଜିନ୍ଦଲ ୧,୬୭୬ କୋଟି ଟଙ୍କାର ପୁଞ୍ଜିନିବେଶ କରିବାକୁ ଲକ୍ଷଧାର୍ଯ୍ୟ କରିଛି। ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ୧୩ଶହ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଏହି ପ୍ରସ୍ତାବକୁ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି ବୈଠକରେ ଅନୁମୋଦନ କରାଯାଇଛି।
ତଳଚେର ସାରଖାନା ପକ୍ଷରୁ ତଳଚେର ଠାରେ ବାର୍ଷିକ ୧୯୯ ନିୟୁତ ଟନର ଏକ କୋଇଲା ଚାଳିତ ୟୁରିଆ ସାର କାରଖାନା ସ୍ଥାପନ କରାଯିବ। ସେଥିରେ ୧୪ ହଜାର ୭୩୨ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଏହି କମ୍ପ୍ଲେକ୍ସ କାର୍ଯ୍ୟକାରୀ ହେଲେ ୫୫୦ ଜଣଙ୍କୁ ନିଯୁକ୍ତି ମିଳି ପାରିବ। ଏଚଏଲସିଏ ଏହି ପ୍ରକଳ୍ପକୁ ଅନୁମୋଦନ କରିଛି।
ପେଟ୍ରୋ କେମିକାଲ କ୍ଷେତ୍ରରେ ମଧ୍ୟ ଓଡିଶାରେ ବୃହତ ପୁଞ୍ଜିନିବେଶ ହେବାକୁ ଯାଉଛି। ହଳଦିଆ ପେଟ୍ରୋ କେମିକାଲ୍‌ସ ଲିମିଟେଡ ପକ୍ଷରୁ ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ବନ୍ଦର ନିକଟରେ ତୈଳ ବିଶେଧନାଗାର, ଏରୋମାଟିକ୍ସ କମ୍ପ୍ଲେକ୍ସ ଏବଂ ଏଥଲିନ କ୍ରାକର କମ୍ପ୍ଲେକ୍ସ ନିର୍ମାଣ କରାଯିବ। ଏଥିରେ ୭୮ ହଜାର ୨୨୫କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୧୦ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ପାରାଦୀପ ତୈଳ ବିଶୋଧନାଗାର ସମ୍ପ୍ରସାରଣକୁ ମଧ୍ୟ ଉଚ୍ଚ ସ୍ତରୀୟ କ୍ଲିୟରାନ୍ସ କମିଟି ମଞ୍ଜୁର କରିଛି। ଭାରତୀୟ ତେଅଳ ନିଗମ(ଆଇଓସିଏଲ) ପାରାଦୀପ ଠାରେ ଥିବା ବିଶୋଧନାଗାର ସମ୍ପ୍ରସାରଣ ସହ ଏକ ନୂଆ ପ୍ଲାଣ୍ଟ ନିର୍ମାଣ କରିବ। ବିଶୋଧନାଗାର କ୍ଷମତାକୁ ୧୫ ନିୟୁତ ଟନରୁ ୨୫ ନିଯୁତ ଟନକୁ ବୃଦ୍ଧି କରାଯିବା ସହ ଏରେମେଟିକ୍ସ କମ୍ପେଲକ୍ସ ଏବଂ ପେଟକୋକ ଗ୍ୟାସିଫିକେସନ ପ୍ଲାଣ୍ଟ ସ୍ଥାପନ ହେବ। ଏଥିରେ ୧ଲକ୍ଷ ୩୦୦ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଏଥିରେ ୧୨,୫୯୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଆଇଓସିଏଲ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ବୈଠକରେ ଅନୁମୋଦନ ଦିଆଯାଇଛି। ଏଥିହସିତ ଆଇଓସିଏଲ ପାରାଦୀପ ଠାରେ ୧.୨ ନିୟତୁତ ଟନ କ୍ଷମତା ବିଶିଷ୍ଟ ପୁରିଫାଏଟ ଟେରିଫଥାଲିକ ଏସିଡ କମ୍ପ୍ଲେକ୍ସ(ପିଏକ୍ସ-ପିଟିଏ) ସ୍ଥାପନ କରିବ। ଏହି ପ୍ଲାଣ୍ଟରେ ୯,୧୩୬ କୋଟି ଟଙ୍କାର ପୁଞ୍ଚି ନିବେଶ ହେବା ସହିତ ୩୨ଶହ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହୋଇପାରିବ। ଏହି ପ୍ରକଳ୍ପ ସ୍ଥାପନ ହେଲେ ଓଡିଶା ପୂର୍ବ ଭାରତର ଶକ୍ତିର ଦ୍ୱାରଦେଶ ହେବ । ଉକ୍ତ ପ୍ରଳ୍ପଗୁଡିକ ବନ୍ଦର ଭିତ୍ତିକ ହୋଇଥିବାରୁ ଏହା ଆମଦାନୀ ଓ ରପ୍ତାନୀ କ୍ଷେତ୍ରକୁ ତ୍ୱରାନ୍ବିତ କରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri