Posted inରାଜ୍ୟ

ରାଜ୍ୟରେ ୨୮% ଅଧିକ ବର୍ଷା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗତ ୧୬ ଦିନ ମଧ୍ୟରେ ରାଜ୍ୟକୁ ଭଲ ବର୍ଷା ହୋଇଛି। ଏହି ସମୟରେ ସ୍ବାଭାବିକଠାରୁ ୨୮ ପ୍ରତିଶତ ଅଧିକ ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଜୁନ ପହିଲାରୁ ୧୬ ତାରିଖ ମଧ୍ୟରେ ୮୬.୪ ପ୍ରତିଶତ ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୧୦.୭ ପ୍ରତିଶତ। ରାଜ୍ୟର ୫ ଜିଲାରେ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ୧୨ ଜିଲାରେ ପ୍ରବଳ ବର୍ଷା ହୋଇଛି। ସେହିପରି ୯ଟି ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୪ ଜିଲାରେ ସ୍ବଳ୍ପ ବୃଷ୍ଟି ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡାରେ ସ୍ବାଭାବିକ ଠାରୁ ୧୪୧ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ଢେଙ୍କାନାଳ ୯୩, ଗଜପତି ୬୨,ଗଞ୍ଜାମ ୯୩ ଏବଂ କୋରାପୁଟରେ ସ୍ବାଭାବିକଠାରୁ ୭୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ସେହିପରି ଅନୁଗୋଳ, ବାଲେଶ୍ୱର, ଭଦ୍ରକ, କଟକ, ଦେବଗଡ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ, ନୟାଗଡ ଏବଂ ରାୟଗଡା ଜିଲାରେ ସ୍ବାଭାବିକ ଠାରୁ ଅଧିକ ହୋଇଛି। ବରଗଡ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ମାତ୍ର ୪ ଜିଲାରେ ସ୍ବାଭାବିକ ଠାରୁ କମ ବର୍ଷା ହୋଇଛି। ବଲାଙ୍ଗୀରେ ୪୧ ପ୍ରତିଶତ କମ ବର୍ଷା ହୋଇଥିବା ବେଳେ ବୌଦ୍ଧ ୩୧, ନବରଙ୍ଗପୁର ୨୨ ଏବଂ ନୂଆପଡା ଜିଲାରେ ୨୨ ପ୍ର୍‌ତିଶତ କମ ବର୍ଷା ହୋଇଛି।
ରାଜ୍ୟକୁ ଜୁନ ୧୧ ତାରିଖରେ ମୌସୁମୀ ଆସିଥିଲା। ଏହା ପରଠାରୁ ବର୍ଷା ପରିମାଣ ବଢି ଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ବର୍ଷା ବଢିଛି। ମୌସୁମୀ ଆସିବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ହେଉଥିବା ବେଳେ ପରେ ଏଥିରେ ବୃଦ୍ଧି ଘଟିଛି। ଉତ୍ତର ବଙ୍ଗୋପସାଗର ଏବଂ ପଶ୍ଚିମ ବଙ୍ଗ ଉପକୂଳରେ ଆଉ ଏକ ଲଘୂଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ୧୮ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଅରାଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ କହିଛନ୍ତି। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ନୂଆପଡା, ବଲାଙ୍ଗୀର, ସୋନପୁର ଏବଂ କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri