CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍‌ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍‌ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ  ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ଗତ ଏପ୍ରିଲ ୧୨ ତାରିଖରେ ରାଉରକେଲା ବିଶ୍ରା ଆସିଆନା କଲୋନୀରୁ ଦୁଇ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରେ ଜଣେ ୨୩ ବର୍ଷୀୟ ଯୁବକ ଏବଂ ୬୭ ବର୍ଷର ବୃଦ୍ଧ ଥିଲେ। ପରେ ବିଶ୍ରା ଅଞ୍ଚଳରୁ ଆଉ ଜଣେ ୪୦ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏପ୍ରିଲ୍‌ ୨୫ରେ ସମସ୍ତ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ପରେ ସୁନ୍ଦରଗଡ଼ ଜିଲା ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଥିଲା। କିନ୍ତୁ ଏପ୍ରିଲ ୨୬ରେ ଆଉ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ୨ ଆକ୍ରାନ୍ତ ବିଶ୍ରାର ଗୁଡ଼ଗୁଡ଼ଜୋରର ହୋଇଥିବା ବେଳେ ଆଉ ଜଣେ ନାଲା ରୋଡ୍‌ର ଥିଲେ। ଉଭୟେ ୩ ନଂ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଏପ୍ରିଲ ୨୮ରେ ନାଲାରୋଡ୍‌ରୁ ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସମସ୍ତଙ୍କ ଘର କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ହୋଇଥିବା ବେଳେ ୬ନଂ. ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଏମାନଙ୍କ ମଧ୍ୟରେ ୨ ଜଣ ପୁରୁଷଙ୍କ ବୟସ ଯଥାକ୍ରମେ ୨୭, ୩୮ ଏବଂ ମହିଳାଙ୍କ ବୟସ ୩୫ ଓ ୫୫। ସମସ୍ତ ଆକ୍ରାନ୍ତ ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri