ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର,୫ା୨(ବ୍ୟୁରୋ): ପଶ୍ଚିମାବାୟୁ ପ୍ରବାହ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଦିନତମାମ ଆକାଶ ମେଘାଚ୍ଛନ୍ନ ରହିବା ସାଙ୍ଗକୁ କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଏପରି କି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ୩୫.୪ ମିଲିମିଟର ବର୍ଷା ହୋଇଥିବା ବେଳେ ଝାରସୁଗୁଡା ୩୦.୫, ଚାନ୍ଦବାଲି ୧୯.୮, ବାରିପଦା ୨୦.୪, କେନ୍ଦୁଝର ୧୫.୫, ସମ୍ବଲପୁର ୧୯.୬, ସୁନ୍ଦରଗଡ଼ ୨୮.୩, ହୀରାକୁଦ ୫.୨ ଏବଂ ତାଳଚେରରେ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଶୁକ୍ରବାର ରାତିରେ କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଭୁବନେଶ୍ୱର, ଯାଜପୁର, ଖୋର୍ଦ୍ଧା ଆଦି ସ୍ଥାନରେ ମଧ୍ୟ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି।
ପଶ୍ଚିମା ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଶୀତ ଗାଏବ ହୋଇ ଯାଇଛି। ଆକାଶ ମେଘାଚ୍ଛନ୍ନ ହେବା ସହ ରାତିର ତାପମାତ୍ରାରେ ବୃଦ୍ଧି ଘଟିଛି। ପାରଦ ୫ରୁ ୭ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ଘଟିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୪ରୁ ୨୧ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିଛି। ଆସନ୍ତା ସପ୍ତାହେ ଯାଏ ପାଗ ଶୁଖିଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ର ହିତରେ ନା କ୍ୟାଡର: ଏମାନଙ୍କ ସମ୍ଭାବନାକୁ ଏଡ଼ାଯାଇ ନ ପାରେ

ଭୁବନେଶ୍ୱର, ୨୫।୨(ସୁନିତ୍‌ ମିଶ୍ର):ଦେଶର ୧୦ ରାଜ୍ୟର ମୋଟ୍‌ ୩୭ଟି ରାଜ୍ୟ ସଭା ଆସନ ଲାଗି ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏନେଇ ଗତ ସପ୍ତାହରେ ବିଜ୍ଞପ୍ତି…

ଅସ୍ମିତାର ପ୍ରଥମ ପରିଚୟ

ପିଲାଟି ଯେତେବେଳେ ମାତୃଭାଷା ଛାଡି ଅନ୍ୟଭାଷାରେ ବିଶେଷ କରି ଇଂରାଜୀରେ ଦୁଇପଦ କହିଥାଏ ସେତେବେଳେ ତା’ମା’ବାପା ଖୁସିରେ ଫାଟି ପଡନ୍ତି। ଭାବନ୍ତି ପିଲାଟି କେତେ ଆଗେଇଲାଣି। ଆମ…

କୃଷି ବଜେଟର ଭିତିରି କଥା

ଆମ ଦେଶରେ କର୍ନାଟକ ସରକାର ପ୍ରଥମେ ୨୦୧୧-୧୨ରେ ସାଧାରଣ ବଜେଟ ସହିତ ସ୍ବତନ୍ତ୍ର କୃଷିବଜେଟ ପ୍ରସ୍ତୁତ କଲେ। ଓଡ଼ିଶା ୨୦୧୨-୧୩ ଆର୍ଥିକବର୍ଷଠାରୁ ସ୍ବତନ୍ତ୍ର କୃଷି ଓ ଆନୁଷଙ୍ଗିକ…

ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: ଆଗୁଆ…

ଭୁବନେଶ୍ୱର,୨୫।୨ (ରବିନାରାୟଣ ଜେନା):ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅବଧି ପୂର୍ବରୁ ହେବନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି,…

ଆମେରିକୀୟ ଯୁଦ୍ଧ ଜାହାଜରେ ଟଏଲେଟ୍‌ ଓ୍ବାର୍‌

ଓ୍ବାଶିଂଟନ୍‌ ,୨୫ା୨: ଇରାନ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ବିଶାଳ ସେନା ମୁତୟନ କରିଛି। ଆଣବିକ ଶକ୍ତି ସମ୍ପନ୍ନ ଯୁଦ୍ଧ ଜାହାଜ ଆବ୍ରାହମ ଲିଙ୍କନ୍‌…

ତହଉର ରାଣାଙ୍କ ନାଗରିକତ୍ୱ ରଦ୍ଦ କରିବ କାନାଡା

ଓଟାଓ୍ବା,୨୫ା୨: ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମୁଖ୍ୟ ଭୂମିକା ନେଇଥିବା ଅଭିଯୁକ୍ତ ପାକିସ୍ତାନଜନ୍ମିତ ବ୍ୟବସାୟୀ ତହଉର ହୁସେନ୍‌ ରାଣାଙ୍କ ନାଗରିକତ୍ୱ ରଦ୍ଦ କରିବା ପାଇଁ କାନାଡା ସରକାର…

ହେକ୍ସାଗନ୍‌ ମେଣ୍ଟରେ ଭାରତ ସାମିଲ ନେଇ ନେତାନ୍ୟାହୁ ଆଶାବାଦୀ

ତେଲ୍‌ ଆଭିଭ୍‌,୨୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇସ୍ରାଏଲ ଗସ୍ତରେ ଯିବେ। ତାଙ୍କର ଗସ୍ତ ପୂର୍ବରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ମୋଦିଙ୍କୁ ତାଙ୍କର ଜଣେ ଅନ୍ତରଙ୍ଗ…

ପୁରୁଷବନ୍ଧୁ ଆଗରେ ଯୁବତୀଙ୍କୁ ଗଣବଳାତ୍କାର, ଜବରଦସ୍ତ ପୀଡ଼ିତାଙ୍କଠାରୁ ନେଇଗଲେ ୧୦,୦୦୦ ଟଙ୍କା

ଗୁଆହାଟୀ,୨୫ା୨: ଆସାମର ସିଲ୍‌ଚରରେ ଜଣେ ୨୮ ବର୍ଷୀୟା ଯୁବତୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ସମ୍ମୁଖରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ପୀଡ଼ିତାଙ୍କଠାରୁ ଜବରଦସ୍ତ ୧୦,୦୦୦ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri