ରାଜ୍ୟର ୧୨ ହସ୍ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ: ସ୍ବାସ୍ଥ୍ୟସେବା ସଂକ୍ରାନ୍ତ ସୂଚନା ପାଇବେ ଜନସାଧାରଣ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲ ପରିସରରେ ଏଲ୍‌ଇଡି ଡିସପ୍ଲେ ବୋର୍ଡ ଉନ୍ମୋଚନ କରିଛନ୍ତି। ସ୍ବାସ୍ଥ୍ୟସେବା ସମ୍ପର୍କରେ ସଚେତନତା ବୃଦ୍ଧି, ଲୋକଙ୍କ ସ୍ବାସ୍ଥ୍ୟକୁ ପ୍ରଭାବିତ କରୁଥିବା ବ୍ୟବହାରରେ ପରିବର୍ତ୍ତନ, ସୁସ୍ଥ ରହିବା ନିମନ୍ତେ ଠିକ୍‌ ଅଭ୍ୟାସ ଆପଣାଇବା ପାଇଁ ପ୍ରୋତ୍ସାହନ, ବ୍ୟବହାର ପରିବର୍ତ୍ତନ ଦ୍ୱାରା ଜନସ୍ବାସ୍ଥ୍ୟ ସୁରକ୍ଷା କ୍ଷେତ୍ରରେ ମିଳୁଥିବା ସୁଫଳକୁ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଅନ୍ୟ ଡାକ୍ତରଖାନା ଏଭଳି ମୋଟ ୧୨ଟି ସ୍ଥାନରେ ଏକାଥରକେ ଏହି ବୋର୍ଡ ଉନ୍ମୋଚନ କରାଯାଇଛି।
ପ୍ରଥମ ପର୍ଯ୍ୟାୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମ୍ୟାଲେରିଆ, କୀଟନାଶକ ସିଞ୍ଚନ, ଔଷଧୀୟ ମଶାରି ବ୍ୟବହାର, ଚେଙ୍କ, ଗର୍ଭାବସ୍ଥାର ଲକ୍ଷଣ, ସ୍ତନ୍ୟପାନ, ପରିବାର ନିୟୋଜନ, ସୁରକ୍ଷିତ ମାତୃତ୍ୱ, ଉଚ୍ଚ ରକ୍ତଚାପ, ଡାଇରିଆ, ଟିବି, ହାତଧୁଆ, ଶୌଚାଳୟ ବ୍ୟବହାର, ନିରାପଦ ଖାଦ୍ୟ ଓ ପାନୀୟଜଳ ବ୍ୟବହାର, ତମାଖୁ ସେବନଠାରୁ ଦୂରେଇ ରହିବା, ଚକ୍ଷୁଦାନ, ଏଚ୍‌ଆଇଭି/ଏଡ୍‌ସ, କୁଷ୍ଠ, ଡେଙ୍ଗୁ, ଡାଇବେଟିସ୍‌, ୧୦୮ ଓ ୧୦୨ ଆମ୍ବୁଲାନ୍ସ, ନିରାମୟ, ଆମ କ୍ଲିନିକ ଭଳି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସଂକ୍ରାନ୍ତ ସୂଚନା ସମ୍ବଳିତ ଅଡିଓ ଭିଜୁଆଲ ପ୍ରଦର୍ଶିତ ହେବ। ପର୍ଯ୍ୟାୟ କ୍ରମେ ଜନସାଧାରଣଙ୍କ ନିମନ୍ତେ ଏହି ବୋର୍ଡଗୁଡ଼ିକରେ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ ପଦକ୍ଷେପ ଓ କାର୍ଯ୍ୟକ୍ରମ ସଂକ୍ରାନ୍ତ ସୂଚନା ପ୍ରଦର୍ଶନ କରାଯିବ। କ୍ୟାପିଟାଲ ହସ୍ପିଟାଲ ପରିସରରେ ଆୟୋଜିତ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ରାଜ୍ୟ ମେଡିକାଲ ନିଗମ ଏମ୍‌ଡି ୟାମିନୀ ଷଡ଼ଙ୍ଗୀ, ଯୁଗ୍ମ ସଚିବ ଗୁହା ପୁନମ୍‌ ତାପସ କୁମାରଙ୍କ ସମେତ ବିଭାଗର ସ୍ବତନ୍ତ୍ର ସଚିବ, ନିର୍ଦ୍ଦେଶକ ବୃନ୍ଦ, କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଏବଂ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri