ରାଜ୍ୟର ୧୨ ହସ୍ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ: ସ୍ବାସ୍ଥ୍ୟସେବା ସଂକ୍ରାନ୍ତ ସୂଚନା ପାଇବେ ଜନସାଧାରଣ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲ ପରିସରରେ ଏଲ୍‌ଇଡି ଡିସପ୍ଲେ ବୋର୍ଡ ଉନ୍ମୋଚନ କରିଛନ୍ତି। ସ୍ବାସ୍ଥ୍ୟସେବା ସମ୍ପର୍କରେ ସଚେତନତା ବୃଦ୍ଧି, ଲୋକଙ୍କ ସ୍ବାସ୍ଥ୍ୟକୁ ପ୍ରଭାବିତ କରୁଥିବା ବ୍ୟବହାରରେ ପରିବର୍ତ୍ତନ, ସୁସ୍ଥ ରହିବା ନିମନ୍ତେ ଠିକ୍‌ ଅଭ୍ୟାସ ଆପଣାଇବା ପାଇଁ ପ୍ରୋତ୍ସାହନ, ବ୍ୟବହାର ପରିବର୍ତ୍ତନ ଦ୍ୱାରା ଜନସ୍ବାସ୍ଥ୍ୟ ସୁରକ୍ଷା କ୍ଷେତ୍ରରେ ମିଳୁଥିବା ସୁଫଳକୁ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଅନ୍ୟ ଡାକ୍ତରଖାନା ଏଭଳି ମୋଟ ୧୨ଟି ସ୍ଥାନରେ ଏକାଥରକେ ଏହି ବୋର୍ଡ ଉନ୍ମୋଚନ କରାଯାଇଛି।
ପ୍ରଥମ ପର୍ଯ୍ୟାୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମ୍ୟାଲେରିଆ, କୀଟନାଶକ ସିଞ୍ଚନ, ଔଷଧୀୟ ମଶାରି ବ୍ୟବହାର, ଚେଙ୍କ, ଗର୍ଭାବସ୍ଥାର ଲକ୍ଷଣ, ସ୍ତନ୍ୟପାନ, ପରିବାର ନିୟୋଜନ, ସୁରକ୍ଷିତ ମାତୃତ୍ୱ, ଉଚ୍ଚ ରକ୍ତଚାପ, ଡାଇରିଆ, ଟିବି, ହାତଧୁଆ, ଶୌଚାଳୟ ବ୍ୟବହାର, ନିରାପଦ ଖାଦ୍ୟ ଓ ପାନୀୟଜଳ ବ୍ୟବହାର, ତମାଖୁ ସେବନଠାରୁ ଦୂରେଇ ରହିବା, ଚକ୍ଷୁଦାନ, ଏଚ୍‌ଆଇଭି/ଏଡ୍‌ସ, କୁଷ୍ଠ, ଡେଙ୍ଗୁ, ଡାଇବେଟିସ୍‌, ୧୦୮ ଓ ୧୦୨ ଆମ୍ବୁଲାନ୍ସ, ନିରାମୟ, ଆମ କ୍ଲିନିକ ଭଳି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସଂକ୍ରାନ୍ତ ସୂଚନା ସମ୍ବଳିତ ଅଡିଓ ଭିଜୁଆଲ ପ୍ରଦର୍ଶିତ ହେବ। ପର୍ଯ୍ୟାୟ କ୍ରମେ ଜନସାଧାରଣଙ୍କ ନିମନ୍ତେ ଏହି ବୋର୍ଡଗୁଡ଼ିକରେ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ ପଦକ୍ଷେପ ଓ କାର୍ଯ୍ୟକ୍ରମ ସଂକ୍ରାନ୍ତ ସୂଚନା ପ୍ରଦର୍ଶନ କରାଯିବ। କ୍ୟାପିଟାଲ ହସ୍ପିଟାଲ ପରିସରରେ ଆୟୋଜିତ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ରାଜ୍ୟ ମେଡିକାଲ ନିଗମ ଏମ୍‌ଡି ୟାମିନୀ ଷଡ଼ଙ୍ଗୀ, ଯୁଗ୍ମ ସଚିବ ଗୁହା ପୁନମ୍‌ ତାପସ କୁମାରଙ୍କ ସମେତ ବିଭାଗର ସ୍ବତନ୍ତ୍ର ସଚିବ, ନିର୍ଦ୍ଦେଶକ ବୃନ୍ଦ, କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଏବଂ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri