ରାଜ୍ୟର ୨,୦୬୩ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦସଙ୍କୁଳ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୭୨ହଜାର ୫୮୭ଟି ଅଙ୍ଗନଓ୍ବାଡ଼ି ଓ ମିନି ଅଙ୍ଗନବାଡ଼ି କେନ୍ଦ୍ର ଚାଲୁଛି। ଏଥିମଧ୍ୟରେ ୪୦ହଜାର ୭୮୮ କେନ୍ଦ୍ର ନିଜସ୍ବ ଘରେ ଓ ୪ ହଜାର ୭୦୨ଟି ଭଡ଼ା ଘରେ ଚାଲୁଛି। ବର୍ତ୍ତମାନ ୧୦ହଜାର ୫୦୭ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିର୍ମାଣ ଚାଲିଛି। ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ରାଜ୍ୟରେ ବର୍ତ୍ତମାନ ୨ହଜାର ୦୬୩ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର ଭାଙ୍ଗିରୁଜି ଯାଇଛି। ସେଥିମଧ୍ୟରୁ ୮୦୬ କେନ୍ଦ୍ର ଚଳିତ ଆର୍ଥିକ ବର୍ଷରେ ନିର୍ମାଣ ହେବ ବୋଲି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି। ଶନିବାର ବିଧାନସଭାରେ ବିଧାୟକ ଭୂପିନ୍ଦର ସିଂହଙ୍କ ଏକ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେପଟେ ମନ୍ତ୍ରୀଙ୍କ ଏଭଳି ତଥ୍ୟ ସାମ୍ନାକୁ ଆସିବା ପରେ ଓଡ଼ିଶା ଅଭିଭାବକ ମହାସଂଘ ତୀବ୍ର ନିନ୍ଦା କରିଛି। ଶିଶୁଙ୍କ ମୁଣ୍ଡ ଉପରେ ବିପଦ ରହିଛି। ଦେଶର ଭବିଷ୍ୟତ ବିପଦପୂର୍ଣ୍ଣ ଘରେ ଶିକ୍ଷା ନେଉଛନ୍ତି ବୋଲି ସଂଘ କହିଛି। ତେଣୁ ତୁରନ୍ତ ବିପଦପୂର୍ଣ୍ଣ ଥିବା ସେହି ୨,୦୬୩ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ବନ୍ଦ କରାଯାଉ। ଯଦି ସମ୍ଭବ ହେଉଛି ତାହାକୁ ଅନ୍ୟ ଘରକୁ ସ୍ଥାନାନ୍ତର କରାଯାଉ ବୋଲି ସଂଘ ଦାବି କରିଛି। ସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି, ଏହା ଏକ ଦୁଃଖଦ ଘଟଣା। ଛୋଟ ପିଲା ଏପରି ବିପଦସଙ୍କୁଳ ଘରେ ପାଠ ପଢ଼ିବା ବିପଦଜନକ। ସରକାର ଏଭଳି ତଥ୍ୟ ପ୍ରକାଶ କରିବା ପୂର୍ବରୁ ସେସବୁ କେନ୍ଦ୍ରକୁ ବନ୍ଦ କରିଦେବା ଉଚିତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri