ରାଜ୍ୟସଭା ନିର୍ବାଚନ: ନବୀନଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡିର ୪ ପ୍ରାର୍ଥୀ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାନସଭା ସଚିବାଳୟ ପରିସରରେ ରାଜ୍ୟ ସଭା ରିଟର୍ନିଂ ଅଫିସରଙ୍କ ନିକଟରେ ୪ ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ସମୟରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଧାୟକ ଓ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।