ରାଜ୍ୟସ୍ତରୀୟ ଜୟପ୍ରକାଶ ନାରାୟଣ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ: ଯୁବ ସମାଜ ପାଇଁ ସଂଗ୍ରାମୀଙ୍କ ଇତିହାସ ହିଁ ଆଦର୍ଶ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଲୋକନାୟକ ଜୟପ୍ରକାଶ ନାରାୟଣ ଓ ଶହୀଦ ବାଜି ରାଉତଙ୍କ ସଂଗ୍ରାମୀ ଇତିହାସ ଛାତ୍ର ଓ ଯୁବସମାଜ ପାଇଁ ଆଦର୍ଶ। ଇଂରେଜ ସୈନିକଙ୍କ ଗୁଳିଗୋଳାକୁ ଭୟ ନ କରି ସ୍ବାଭିମାନ ପାଇଁ ପେଟପାଟଣାକୁ ଭୁଲିଯାଇ ପ୍ରଜାମଣ୍ଡଳର ସୈନିକ ଭାବେ ଢେଙ୍କାନାଳ ନୀଳକଣ୍ଠପୁରର ବାଜି ରାଉତ ଯେପରି ପରାକାଷ୍ଠା ଦେଖାଇ ଆତ୍ମବଳିଦାନ ଦେଇଥିଲେ ତାହା ଆଜିର ଛାତ୍ରୀଛାତ୍ର, ଯୁବପିଢି ଏବଂ ଅନ୍ୟବର୍ଗଙ୍କ ପାଇଁ ଶିକ୍ଷଣୀୟ। ଅନୁରୂପ ଭାବେ ସ୍ବାଧୀନତା ସଂଗ୍ରାମ ଓ ସ୍ବାଧୀନତା ପରେ ଭାରତବର୍ଷରେ ଗଣତନ୍ତ୍ରକୁ ସୁଦୃଢ଼ କରିବା ଦିଗରେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ଅବଦାନ ଅତୁଳନୀୟ। ତାଙ୍କ ପ୍ରଦର୍ଶିତ ସମ୍ପୂର୍ଣ୍ଣ କ୍ରାନ୍ତି ଅଭିଯାନ ଏବେ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ସଫଳ ରୂପାୟନ କରିବାରେ ପଥ ପ୍ରଦର୍ଶକ ହୋଇପାରିଛି ବୋଲି ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି। ଶୁକ୍ରବାର ସୂଚନା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ୧୧୭ତମ ଜୟନ୍ତୀ ଓ ଶହୀଦ ବାଜିରାଉତଙ୍କ ଶ୍ରାଦ୍ଧ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଦାସ ଏହା କହିଛନ୍ତି।
ଉତ୍ସବରେ ସମ୍ମାନିତ ଅତିଥି ଭାବେ ବିଧାୟକ ଅମର ପ୍ରସାଦ ଶତପଥୀ, ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତି୍ୟକ ଡକ୍ଟର ସୌରୀବନ୍ଧୁ କର, ସମ୍ମାନିତ ବକ୍ତା ଭାବେ ବିଶିଷ୍ଟ ଲେଖକ ଡକ୍ଟର ଉଦ୍ଧବ ଚରଣ ନାୟକ ଯୋଗଦେଇଥିଲେ। ପ୍ରାକ୍‌ ସ୍ବାଧୀନତା ସମୟରେ ଗାନ୍ଧିଜୀଙ୍କ ସହିତ ଦେଶ ପାଇଁ କାର୍ଯ୍ୟ କରିଥିବା ଜୟପ୍ରକାଶ ନାରାୟଣ କଷଣ ଓ ଶୋଷଣମୁକ୍ତ ସମାଜର ପରିକଳ୍ପନା କରିବା ଓ ବାଜି ରାଉତଙ୍କ ସମ୍ପର୍କରେ ଅଧିକ ତଥ୍ୟ ପ୍ରକାଶ କରାଯିବା ନେଇ ଅତିଥିମାନେ ମତବ୍ୟକ୍ତ କରିଥିଲେ। ରାଜଧାନୀରେ ବାଜି ରାଉତଙ୍କ ପ୍ରତିମୂର୍ତ୍ତି ସ୍ଥାପନ ସହ କୌଣସି ଏକ ରାସ୍ତାକୁ ତାଙ୍କ
ନାମରେ ନାମିତ କରିବାକୁ ମତ ପ୍ରକାଶ ପାଇଥିଲା। ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ଆଦି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସ୍ବାଗତ ଭାଷଣ ଦେଇଥିବା ବେଳେ ସୂଚନା ଅଧିକାରୀ ଦୀପ୍ତିମୟୀ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଜୟପ୍ରକାଶ ନାରାୟଣ ଅର୍ଥନୀତି ଓ ସାମାଜିକ ଅଧ୍ୟୟନ ପ୍ରତିଷ୍ଠାନର ସମ୍ପାଦକ ଡ. ରମାକାନ୍ତ ରାଉତ ଧନ୍ୟବାଦ ଦେଇଥିଲେ। ସକାଳେ ମାଷ୍ଟରକ୍ୟାଣ୍ଟିନ୍‌ ଛକସ୍ଥିତ ଜୟପ୍ରକାଶ ନାରାୟଣଙ୍କ ପ୍ରତିମୂର୍ତ୍ତିରେ ମନ୍ତ୍ରୀ ଦାସ ଓ କର୍ମକର୍ତ୍ତାମାନେ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା...

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା...

ଦ୍ୱନ୍ଦ୍ୱରେ କଂଗ୍ରେସ, ସୁର ପରିବାର ପଲଟିକ୍ସକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ

ଭୁବନେଶ୍ୱର,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରକୁ ନେଇ କାଲିଠାରୁ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri