ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ: ଶହୀଦ ଯବାନଙ୍କୁ ତୋପ ସଲାମି

କଟକ ଅଫିସ, ୨୨ା୧୦: କଟକ ବକ୍ସିବଜାରସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୦ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ ସୋମବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଡିଜିପି ବିଜୟ କୁମାର ଶର୍ମା ଯୋଗଦେଇ ପୋଲିସ ବିଭାଗରେ ଶହୀଦ ହୋଇଥିବା ଯବାନଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ଶହୀଦ୍‌ ସ୍ତମ୍ବ ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରାଯିବା ସହ ଆରକ୍ଷୀ ବାହିନୀ ପକ୍ଷରୁ ତୋପ ସଲାମି ଦିଆଯାଇଥିଲା। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟର ବହୁ ବରିଷ୍ଠ ପୋଲିସ ଅଧିକାରୀ ଓ ଅବସରପ୍ରାପ୍ତ ଅଧିକାରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଓଏସ୍‌ଏପି ୨ୟ ବାଟାଲିୟନ, ଝାରସୁଗୁଡାର ଉପ ଦୁର୍ଗପତି ଆଶିଷ କୁମାର ଦୁବେଙ୍କ ନେତୃତ୍ୱରେ ପରେଡ ପ୍ରଦର୍ଶିତ ହୋଇଥିଲା। ଡିଜିପି ଶର୍ମା ୧୦ ଜଣ ଶହୀଦଙ୍କ ପରିବାର ସଦସ୍ୟଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଚଳିତବର୍ଷ ଦେଶରେ ପୋଲିସ ବିଭାଗରେ ୨୯୨ ଜଣ ଯବାନ କାର୍ଯ୍ୟରତ ସମୟରେ ପ୍ରାଣବଳି ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ୨ ଜଣ ଅଛନ୍ତି। ସେମାନେ ହେଲେ ହାବିଲଦାର ମେଜର ସୁଜିତ କୁମାର ମିଞ୍ଜ ଏବଂ ଓଏପିଏଫ/୧୩୭ ଜୟରାମ କବାଶି।
ସୂଚନାଯୋଗ୍ୟ, ୧୯୫୯ ଆଜିର ଦିନରେ ଚାଇନାର ସୈନିକମାନଙ୍କ ଆକ୍ରମଣରେ ଲଦାଖ ଅଞ୍ଚଳରେ କର୍ତ୍ତବ୍ୟରତ ୧୦ ଜଣ ସିଆର୍‌ପିଏଫ ଯବାନ ପ୍ରାଣବଳି ଦେଇଥିଲେ। ସେମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସାରା ଦେଶରେ ପ୍ରତିବର୍ଷ ଅକ୍ଟୋବର ୨୧ ତାରିଖକୁ ପୋଲିସ ଶହୀଦ ସ୍ମୃତି ଦିବସ ଭାବେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri