ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ: ପରିବର୍ତ୍ତନ ହେଲା ରାଷ୍ଟ୍ରାୟତ୍ତ ବ୍ୟାଙ୍କ କାର୍ଯ୍ୟ ସମୟ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର କାର୍ଯ୍ୟ ସମୟରେ ପରିବର୍ତ୍ତନ ହୋଇଛି। ଅକ୍ଟୋବର ପହିଲାରୁ ବ୍ୟାଙ୍କଗୁଡିକ ୧୦ଟାରୁ ୪ ଯାଏ କାର୍ଯ୍ୟ କରିବେ ବୋଲି ୟୁକୋ ବ୍ୟାଙ୍କର ଏମ୍‌ଡି ତଥା ସିଇଓ ଅତୁଲ କୁମାର ଗୋୟଲ କହିଛନ୍ତି। ଏଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ୧୬୫ତମ ବ୍ୟାଙ୍କର୍ସ କମିଟି ବୈଠକରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ସମାନ କାର୍ଯ୍ୟ ସମୟକୁ ମଞ୍ଜୁରୀ ଦିଆଯାଇଛି। ପରିଚାଳନା ସମୟରେ ଥିବା ଭିନ୍ନତାକୁ ଦୂର କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା ସେ ସୂଚନା ଦେଇଛନ୍ତି। ବୈଠକରେ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ଆର୍ଥିକ ସେବା ବିଭାଗର ଅତିରିକ୍ତ ସଚିବ ଦେବାଶିଷ ପଣ୍ଡା କହିଛନ୍ତି, ବର୍ତ୍ତମାନ ବ୍ୟାଙ୍କ ଗୁଡିକ ପର୍ଯ୍ୟଟନ, ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ଋଣ ପ୍ରଦାନ କରିବାକୁ ପ୍ରାଧାନ୍ୟ ଦେବା ଉଚିତ ା ରାଜ୍ୟରେ ଅଧିକ ସ୍ଥାୟୀ ବ୍ୟାଙ୍କ ଶାଖା ପ୍ରତିଷ୍ଠା କରାଯିବାର ଆବଶ୍ୟକତା ରହିଛି ା ବ୍ୟାଙ୍କର ସମସ୍ତ ଗ୍ରାହକଙ୍କୁ ବୀମା ଯୋଗାଇଦେବା ଏବଂ ଏସ୍‌ଏଲ୍‌ବିସି ରାଜ୍ୟରେ ଋଣ ମେଳାର ସଫଳ ଆୟୋଜନକୁ ସୁନିଶ୍ଚିତ କରିବା ଦିଗରେ ପଦକ୍ଷେପ ନେବା ଆବଶ୍ୟକ ବୋଲି ସେ କହିଛନ୍ତି ା ୟୁକୋ ବ୍ୟାଙ୍କ ସିଇଓ ଗୋୟଲ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ୫‘ଟି’ ମନ୍ତ୍ରକୁ ଆପଣାଇ ସମସ୍ତ ବ୍ୟାଙ୍କ କର୍ମଚାରୀମାନେ ଜନସାଧାରଣଙ୍କୁ ଉନ୍ନତ ବ୍ୟାଙ୍କ ସେବା ଯୋଗାଇବା ନିମନ୍ତେ କାର୍ଯ୍ୟକରିବା ଉଚିତ। ବାତ୍ୟା ଫନୀ ପରବର୍ତ୍ତୀ ସମୟରେ ୧୨୩୦୯୦ ଜଣ ହିତାଧିକାରୀଙ୍କୁ ୫୮୫୩ କୋଟି ନଗଦ ଋଣ ପ୍ରଦାନ କରାଯାଇଛି ବୋଲି ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ ମୀନା କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri