ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ: ପରିବର୍ତ୍ତନ ହେଲା ରାଷ୍ଟ୍ରାୟତ୍ତ ବ୍ୟାଙ୍କ କାର୍ଯ୍ୟ ସମୟ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର କାର୍ଯ୍ୟ ସମୟରେ ପରିବର୍ତ୍ତନ ହୋଇଛି। ଅକ୍ଟୋବର ପହିଲାରୁ ବ୍ୟାଙ୍କଗୁଡିକ ୧୦ଟାରୁ ୪ ଯାଏ କାର୍ଯ୍ୟ କରିବେ ବୋଲି ୟୁକୋ ବ୍ୟାଙ୍କର ଏମ୍‌ଡି ତଥା ସିଇଓ ଅତୁଲ କୁମାର ଗୋୟଲ କହିଛନ୍ତି। ଏଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ୧୬୫ତମ ବ୍ୟାଙ୍କର୍ସ କମିଟି ବୈଠକରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ସମାନ କାର୍ଯ୍ୟ ସମୟକୁ ମଞ୍ଜୁରୀ ଦିଆଯାଇଛି। ପରିଚାଳନା ସମୟରେ ଥିବା ଭିନ୍ନତାକୁ ଦୂର କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା ସେ ସୂଚନା ଦେଇଛନ୍ତି। ବୈଠକରେ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ଆର୍ଥିକ ସେବା ବିଭାଗର ଅତିରିକ୍ତ ସଚିବ ଦେବାଶିଷ ପଣ୍ଡା କହିଛନ୍ତି, ବର୍ତ୍ତମାନ ବ୍ୟାଙ୍କ ଗୁଡିକ ପର୍ଯ୍ୟଟନ, ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ଋଣ ପ୍ରଦାନ କରିବାକୁ ପ୍ରାଧାନ୍ୟ ଦେବା ଉଚିତ ା ରାଜ୍ୟରେ ଅଧିକ ସ୍ଥାୟୀ ବ୍ୟାଙ୍କ ଶାଖା ପ୍ରତିଷ୍ଠା କରାଯିବାର ଆବଶ୍ୟକତା ରହିଛି ା ବ୍ୟାଙ୍କର ସମସ୍ତ ଗ୍ରାହକଙ୍କୁ ବୀମା ଯୋଗାଇଦେବା ଏବଂ ଏସ୍‌ଏଲ୍‌ବିସି ରାଜ୍ୟରେ ଋଣ ମେଳାର ସଫଳ ଆୟୋଜନକୁ ସୁନିଶ୍ଚିତ କରିବା ଦିଗରେ ପଦକ୍ଷେପ ନେବା ଆବଶ୍ୟକ ବୋଲି ସେ କହିଛନ୍ତି ା ୟୁକୋ ବ୍ୟାଙ୍କ ସିଇଓ ଗୋୟଲ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ୫‘ଟି’ ମନ୍ତ୍ରକୁ ଆପଣାଇ ସମସ୍ତ ବ୍ୟାଙ୍କ କର୍ମଚାରୀମାନେ ଜନସାଧାରଣଙ୍କୁ ଉନ୍ନତ ବ୍ୟାଙ୍କ ସେବା ଯୋଗାଇବା ନିମନ୍ତେ କାର୍ଯ୍ୟକରିବା ଉଚିତ। ବାତ୍ୟା ଫନୀ ପରବର୍ତ୍ତୀ ସମୟରେ ୧୨୩୦୯୦ ଜଣ ହିତାଧିକାରୀଙ୍କୁ ୫୮୫୩ କୋଟି ନଗଦ ଋଣ ପ୍ରଦାନ କରାଯାଇଛି ବୋଲି ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ ମୀନା କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri