Posted inଭଦ୍ରକ

ରାଜ୍ୟସ୍ତରୀୟ ମେଘ ଉତ୍ସବ ଉଦ୍‌ଘାଟିତ: ‘ସଂସ୍କୃତି, ଲୋକନୃତ୍ୟକୁ ଉଜ୍ଜୀବିତ କରେ ଉତ୍ସବ’

ଭଦ୍ରକ ଅଫିସ,୧୪।୯- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଭଦ୍ରକ ଜିଲା ପ୍ରଶାସନର ମିଳିତ ସହଯୋଗରେ ଶୁକ୍ରବାର ଟାଉନ ହଲ୍‌ ପରିସରରେ ରାଜ୍ୟସ୍ତରୀୟ ଦୁଇଦିନିଆ ମେଘ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି। ସନ୍ଧ୍ୟାରେ ଆୟୋଜିତ ଉତ୍ସବରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଭଦ୍ରକର ସାହିତ୍ୟ, ସଂସ୍କୃତି ଓ ଲୋକନୃତ୍ୟ ଉଚ୍ଚକୋଟୀର କହି ସେ ପ୍ରଶଂସା କରିଥିଲେ। ଏହିଭଳି ଉତ୍ସବ ଜିଲା ଓ ରାଜ୍ୟର ସଂସ୍କୃତି ଏବଂ ଲୋକନୃତ୍ୟକୁ ଉଜ୍ଜୀବିତ କରିଥାଏ ବୋଲି ସେ ବକ୍ତବ୍ୟ ରଖିଥିଲେ।
ମୁଖ୍ୟଅତିଥି ଭାବେ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଅନ୍ୟତମ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ବତନ୍ତ୍ର ଶାସନ ସଚିବ ତଥା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଭାପତି ଡା. ରାମକୃଷ୍ଣ ସାହୁ, ଜିଲାପାଳ ଜ୍ଞାନରଞ୍ଜନ ଦାସ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ବିଜୟ କୁମାର ନାୟକ, ପୂର୍ବତନ ଜିଲାପରିଷଦ ସଭାପତି ଜଗନ୍ନାଥ ସ୍ବାଇଁ ଏବଂ ବିଶିଷ୍ଟ ଅତିଥି ଭାବେ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ ଜିଲାର ମହନୀୟତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଭୁବନେଶ୍ୱର ଭାରତୀ ନୃତ୍ୟମନ୍ଦିର ଗୁରୁ ଭରତ ଚନ୍ଦ୍ର ଗିରି ଓ ସାଥୀ ଓଡ଼ିଶୀ ନୃତ୍ୟ, ଗୁରୁ ଧିରଜ କୁମାର ମହାପାତ୍ର ଓଡ଼ିଶୀ ସଙ୍ଗୀତ ଏବଂ ଭଦ୍ରକ ନଟରାଜ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ଲୋକନୃତ୍ୟ ଚଇତି ଘୋଡ଼ା ପରିବେଷଣ ହୋଇଥିଲା। ଉପସ୍ଥାପିକା ଭାବେ ଅଧ୍ୟାପିକା ସ୍ନେହଲତା ପୃଷ୍ଟି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ଡ. ବିଜୟ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ସହକାରୀ ଜିଲାପାଳ ସୌମ୍ୟଶ୍ରୀ ପାଣିଗ୍ରାହୀ, ଜିଲା ସଂସ୍କୃତି ଅଧିକାରୀ ଗୋଲଖ ଚନ୍ଦ୍ର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଫଟୋ-


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri