ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପ୍ରସ୍ତୁତି ବୈଠକ:‘ଅବହେଳାର ଶିକାର କଳାକାର’

ଅନୁଗୋଳ ଅଫିସ, ୨୦।୮

ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପାଇଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକର କଳାକାରମାନଙ୍କ ଉପସ୍ଥିତିରେ ସୋମବାର କଣିହାଁ ବ୍ଲକ ଟାକୁଆ ଗ୍ରାମସ୍ଥିତ ଶିବ ମନ୍ଦିର ପରିସରରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ରାଜ୍ୟସ୍ତରୀୟ ସାଂସ୍କୃତିକ ଅନୁଷ୍ଠାନର ଅନୁଗୋଳ ଜିଲା ସଭାପତି ତଥା କଣିହଁା ବ୍ଲକ କଳାସଂସ୍କୃତି ସଂଘ ଉପସଭାପତି ଓ ଜିଲା ସଂସ୍କୃତି ପରିଷଦର ସଦସ୍ୟ ନବଘନ ସାମଲଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ବୈଠକରେ ପୋକତୁଙ୍ଗା ଗ୍ରାମର ଗାୟକ ଚୂଡ଼ାମଣି ସୁରେଶ ଚନ୍ଦ୍ର ସାହୁ ସଭାପତିତ୍ୱ କରିଥିଲେ। ଏଥିରେ କଳାକାରମାନେ ଭୋଗୁଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। କଳାକାରଙ୍କୁ ସରକାର ଅବହେଳା କରିଚାଲିଥିବା ଏବଂ ସେମାନଙ୍କ ଉନ୍ନତି ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହୋଇଥିଲା। କଳାକାରଙ୍କ ପାଇଁ କୌଣସି ଆନୁଷଙ୍ଗିକ ବ୍ୟବସ୍ଥା କରାଯାଉ ନ ଥିବାବେଳେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ୫୦ ହଜାର ଟଙ୍କା ସହାୟତା ରାଶି ପାଇଁ ଆଜି ପର୍ଯ୍ୟନ୍ତ କଳାକାର ଚୟନ ମଧ୍ୟ ହୋଇ ନ ଥିବା ବୈଠକରେ ଅଭିଯୋଗ କରାଯାଇଥିଲା। ଏଥିସହ ଜିଲାରେ ଏହି ମହୋତ୍ସବ ଆୟୋଜନ କରିବାକୁ ପ୍ରସ୍ତାବ ଆଗତ ହୋଇଥିଲା। ଏହି ଅବସରରେ ‘ରୁମୁକୁଝୁମାନା’ ସଙ୍ଗଠନର ବ୍ଲକ ଓ ଜିଲା ପଦାଧିକାରୀ ମନୋନୀତ ହୋଇଥିଲେ। ଅନୁଗୋଳ ବ୍ଲକ ପାଇଁ ସୁରେଶ ଚନ୍ଦ୍ର ସାହୁ (ପୋକତୁଙ୍ଗା), ଛେଣ୍ଡିପଦା ବ୍ଲକ ପାଇଁ ବିଦ୍ୟାଧର ନାଥ (ଭୁବନପୁର), ତାଳଚେର ପାଇଁ ସବିତା ସିଂ(ତାଳଚେର), ବଅଁରପାଳ ପାଇଁ ସମିତା ମହାନ୍ତି(ବୁଢ଼ାପଙ୍କ), କଣିହଁା ପାଇଁ ବିପିନି ବିହାରୀ ପଟ୍ଟନାୟକ(ପୋଡ଼ାଗଡ଼), ପାଲଲହଡ଼ା ପାଇଁ ଧ୍ରୁବଚରଣ ସାହୁ(ରୋହିଲା) ଓ ଜିଲା ମହିଳା କଳାକାର ସାମ୍ମୁଖ୍ୟ ପାଇଁ ଜିଲା ସଭାନେତ୍ରୀ ଶାନ୍ତିଲତା ଦାଶ, ସମ୍ପାଦିକା ସବିତା ସିଂ, ଉପସଭାପତି ଭାବେ ସମିତା ମହାନ୍ତିଙ୍କୁ ମନୋନୀତ କରାଯାଇଛି। ଅନ୍ୟ ୨ଟି ବ୍ଲକ ପଦାଧିକାରୀ ଚୟନ ପାଇଁ ପରବର୍ତ୍ତୀ ବୈଠକରେ ନିଷ୍ପତ୍ତି ନିଆଯିବ ବୋଲଇ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri