ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌: ହାଇକୋର୍ଟ ବାର ଆସୋସିଏଶନ ବିଜୟୀ

ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌ ବଡ଼ଚଣା ବ୍ଲକ ଗୁଲଜାରନଗର ପାଟଣା ଖେଳ ପଡ଼ିଆଠାରେ ବୁଧବାର ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳା ଯାଇଥିଲା। ଏଥିରେ ପ୍ରଥମେ କଟକସ୍ଥିତ ବୋର୍ଡ଼ ଅଫ୍‌ ରେଭିନ୍ୟୁ ୨୦ ଓଭର ଖେଳି ୬ ୱିକେଟ ବିନିମୟରେ ୧୫୨ ରନ ସଂଗ୍ରହ କରିଥିଲା। ଏହାର ପିଛା କରି ହାଇକୋର୍ଟ ବାର ଆସୋସିଏଶନ ୧୬.୫ ଓଭରରେ ୪ ୱକେଟ୍‌ ହରାଇ ଆବଶ୍ୟକ ରନ୍‌ ସଂଗ୍ରହ କରି ବିଜୟୀ ହୋଇଥିଲା। ଏଥିରେ ସରୋଜ ବେହେରା ସର୍ବାଧିକ ୪୭ରନ ସଂଗ୍ରହ କରି ମ୍ୟାନ୍‌ ଅଫ ଦି ମ୍ୟାଚ ଭାବେ ପୁରସ୍କୃତ ହୋଇଥିଲେ। ଆଶୁତୋଷ ପାଣି ଓ ପ୍ରାଣନାଥ ଜେନା ଖେଳ ପରିଚାଳନା କରିଥିଲେ। ସ୍କୋରରଭାବେ ବିଶ୍ୱରଞ୍ଜନ ଦାସ ଏବଂ ସୁଶୀଲ କୁମାର ସୁନ୍ଦରାୟ ଯୋଗ ଦେଇଥିଲେ। ଚଣ୍ଡିଖୋଲ ବନପାଳ ଶଶୀକାନ୍ତ ବେହେରା ଅତିଥି ଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଗୁରୁବାର ଏହି ଖେଳ ପଡ଼ିଆରେ ଯାଜପୁରର ଇଲେଭେନ ଷ୍ଟାର କ୍ରିକେଟ କ୍ଲବ ଓ ଇଷ୍ଟକୋଷ୍ଟ ରେଲୱେ ଖୋର୍ଦ୍ଧା ମଧ୍ୟରେ ମ୍ୟାଚ ହେବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?