ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍‌ ଟୁର୍ନାମେଣ୍ଟ; ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ

ଅନୁଗୋଳ ଅଫିସ, ୨୮।୧୧:  ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ ବିଭାଗରେ ୫ଟି ପଡ଼ିଆରେ ମୋଟ ୧୦ଟି ମ୍ୟାଚ୍‌ ଖେଳାଯାଇଥିଲା। ଟାଉନ ହାଇସ୍କୁଲ ପଡ଼ିଆରେ ମହିଳା ଟିମ୍‌ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ଟାଉନ ହାଇସ୍କୁଲ ପଡ଼ିଆରେ ପ୍ରଥମ ମ୍ୟାଚ ଭୁବନେଶ୍ୱର ଏବଂ ବାଲେଶ୍ୱର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଭୁବନେଶ୍ୱର ଟିମ୍‌ ୮ ଉଇକେଟରେ ବିଜୟୀ ହୋଇଥିଲା। ସେହିପରି ଦ୍ୱିତୀୟ ମ୍ୟାଚ କଟକ ଏବଂ ଅନୁଗୋଳ ମଧ୍ୟରେ ଖେଳାଯାଇଥିଲା। ଏଥିରେ କଟକ ୮୮ ରନ୍‌ରେ ବିଜୟୀ ହୋଇଛି।
କଦମ ପଡ଼ିଆରେ ପୁରୁଷ ବିଭାଗର ପ୍ରଥମ ମ୍ୟାଚ୍‌ ବରଗଡ଼ ଏବଂ ଝାରସୁଗୁଡ଼ା ମଧ୍ୟରେ ଖେଳାଯାଇଥିଲା। ଏଥିରେ ବରଗଡ଼ ୪ ଉଇକେଟରେ ଜିତିଯାଇଛି। ଦ୍ୱିତୀୟ ମ୍ୟାଚ ଯାଜପୁର ଏବଂ କନ୍ଧମାଳ ମଧ୍ୟରେ ହୋଇଥିଲା। ଯାଜପୁର ୫୮ ରନ୍‌ରେ ବିଜୟୀ ହୋଇଛି। ଅନୁଗୋଳ ଷ୍ଟାଡିୟମ୍‌ରେ ମୟୂରଭଞ୍ଜ ଏବଂ ପୁରୀ ଜିଲା ମଧ୍ୟରେ ଖେଳାଯାଇଥିଲା। ଏଥିରେ ମୟୂରଭଞ୍ଜ ୬୧ ରନ୍‌ରେ ବିଜୟୀ ହୋଇଛି। ଏଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ ବାଲେଶ୍ୱର ଏବଂ ବୌଦ୍ଧ ଜିଲା ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ବାଲେଶ୍ୱର ୯ ଉଇକେଟରେ ବିଜୟ ହାସଲ କରିଛି।
ପିଟିସି ପଡ଼ିଆରେ ପ୍ରଥମ ମ୍ୟାଚ ରାୟଗଡ଼ା ଓ କଳାହାଣ୍ଡି ଜିଲା ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚରେ କଳାହାଣ୍ଡି ୪୮ ରନ୍‌ରେ ବିଜୟୀ ହୋଇଛି। ଦ୍ୱିତୀୟ ମ୍ୟାଚ ଗଞ୍ଜାମ ଓ ଭୁବନେଶ୍ୱର ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଭୁବନେଶ୍ୱର ୮ ଉଇକେଟରେ ବାଜି ମାରିନେଇଛି। ଖଲାରୀ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ପ୍ରଥମ ମ୍ୟାଚ ନବରଙ୍ଗପୁର ଏବଂ ବଲାଙ୍ଗୀର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବଲାଙ୍ଗୀର ୧୫୧ ରନ୍‌ରେ ବିଜୟୀ ହୋଇଛି। ଦ୍ୱିତୀୟ ମ୍ୟାଚ ଜଗତ୍‌ସିଂହପୁର ଓ କୋରାପୁଟ ଜିଲା ମଧ୍ୟରେ ଖେଳାଯାଇଥିବାବେଳେ ଏଥିରେ ଜଗତସିଂହପୁର ୨ ଉଇକେଟରେ ବିଜୟୀ ହୋଇଛି। ଛେଳିଆପଡ଼ା ଉଚ୍ଚ ବିଦ୍ୟାଳୟରେ ପ୍ରଥମ ମ୍ୟାଚ ନୂଆପଡ଼ା ଏବଂ ଅନୁଗୋଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ନୂଆପଡ଼ା ୨ ଉଇକେଟରେ ବିଜୟୀ ହୋଇଛି। ସେହିପରି ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଓ ସୋନପୁର ଜିଲା ମଧ୍ୟରେ ଖେଳାଯାଇଥିଲା। ଏଥିରେ ଖୋର୍ଦ୍ଧା ୭ ଉଇକେଟରେ ବିଜୟୀ ହୋଇ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ଟୁର୍ନାମେଣ୍ଟ ଡିସେମ୍ବର ୧ରେ ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri