Posted inଖେଳ

ରାଜ୍ୟ ଓପନ ଚେସ୍‌: ସୌମ୍ୟ ଚାମ୍ପିୟନ

ଭୁବନେଶ୍ୱର, ୧୭।୬(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ନବରଙ୍ଗପୁର ଜିଲାର ଉମରକୋଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ପବ୍ଲିକ୍‌ ସ୍କୁଲରେ ଅନୁଷ୍ଠିତ ପ୍ରଥମ ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌ରେ ଫିଡେ ମାଷ୍ଟର ସୌମ୍ୟରଞ୍ଜନ ମିଶ୍ର ଚାମ୍ପିୟନ ହୋଇଛନ୍ତି। ରବିବାର ଉଦ୍‌ଯାପିତ ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଭୁବନେଶ୍ୱରର ସୌମ୍ୟ ପୁରା ୬ ପଏଣ୍ଟ ହାସଲ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିସହିତ କ୍ୟାରିୟରର ୫୭ତମ ଓପନ ଚେସ୍‌ ଟାଇଟଲ ହାସଲ କରିଛନ୍ତି ସୌମ୍ୟରଞ୍ଜନ। ଭଦ୍ରକର ଧୀରେନ୍ଦ୍ର କୁମାର ଦାସ ଓ ନବରଙ୍ଗପୁରର ସପନ ମିସ୍ତ୍ରୀ ୫ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଗେରେନ ମଣ୍ଡଳ, ବଂଶୀଧର ଭୋଇ, ସନ୍ତୋଷ ମୁଖାର୍ଜୀ, ପ୍ରଭାକର ରାଉତ, ଅମଲ ଚନ୍ଦ୍ର ଦାସ, ବିଷ୍ଣୁପଦ ଦାସ ଓ ବୀରେନ ବୈରାଗୀ (ସମସ୍ତେ ୪ ପଏଣ୍ଟ) ଟପ୍‌-୧୦ ଫିନିଶ୍‌ କରିଛନ୍ତି। ୨୧ ଜଣଙ୍କୁ ମୁଖ୍ୟ ପୁରସ୍କାର ବ୍ୟତୀତ ଭଲ ପ୍ରଦର୍ଶନ ଭିତ୍ତିରେ ୨ ଜଣ ସ୍କୁଲ ପିଲା ଏବଂ ୨ ଜଣ ଭେଟେରାନ ଖେଳାଳିଙ୍କୁ ସ୍ବତନ୍ତ୍ର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସ୍କୁଲର ପ୍ରତିଷ୍ଠାତା ଜୟଦେବ କୁମାର ପରିଡ଼ାଙ୍କ ଉଦ୍ୟମରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲର ପ୍ରିନ୍ସିପାଲ କବିତା ପାତ୍ର, ଗେମ୍ସ ଡାଇରେକ୍ଟର ଦେବାଶିଷ ପାଣିଗ୍ରାହୀ, ବିଜ୍ଞରାଜ ସାମନ୍ତରା, ରଶ୍ମିରଞ୍ଜନ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri