ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ୩୮ ଜଣ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ୨୩ ଜଣ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରାଯାଇଛି । ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କେନ୍ଦ୍ରାପଡ଼ା ସାଂସଦ ତଥା ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ନାମ ସ୍ଥାନ ପାଇଛି।



