Posted inଖେଳ

ରାଜ୍ୟ କୁସ୍ତି ଉଦ୍‌ଯାପିତ : ଅନୁପମା ଦଙ୍ଗଲରେ ଚାମ୍ପିୟନ

ଭୁବନେଶ୍ୱର, ୨୯।୧୦ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କୁସ୍ତି ଓ ପୁରୀ କୁସ୍ତି ସଂଘର ମିଳିତ ଆନୁକୂଲ୍ୟରେ ୩ ଦିନିଆ ରାଜ୍ୟ କୁସ୍ତି ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶା ଓଡ଼ିଶା ପୁଲିସରେ କାର୍ଯ୍ୟରତ ଥିବା ତାରକା ସାମରିକ କ୍ରୀଡ଼ାବିତ୍‌ ଅନୁପମା ସ୍ବାଇଁ ଓପନ୍‌ ଓ୍ବେଟ୍‌ ଓ ବୟସ କୁସ୍ତି (ଦଙ୍ଗଲ)ରେ ଚାମ୍ପିୟନ ହୋଇଛନ୍ତି। ମହିଳା ଦଙ୍ଗଲ ଫାଇଟ୍‌ରେ କଟକର ଅଜିଜା ବେଗମ୍‌ ରନର୍ସଅପ୍‌ ହୋଇଛନ୍ତି। ପୁରୁଷ ଦଙ୍ଗଲ ଫାଇଟ୍‌ର ଫାଇନାଲ ସମୟ ଅଭାବରୁ ଅମୀମାଂସିତ ଭାବେ ଶେଷ ହୋଇଛି। ପ୍ରତିଯୋଗିତାରେ ପୁରୀ ଜିଲା ଓଭରଅଲ୍‌ ଚାମ୍ପିୟନ ଓ କଟକ ରନର୍ସଅପ୍‌ ହୋଇଥିଲା। ସେହିଭଳି ପୁରୁଷରେ ପୁରୀ ଓ କଟକ ଏବଂ ମହିଳାରେ କଟକ ଓ ଢେଙ୍କାନାଳ ଯଥାକ୍ରମେ ଚାମ୍ପିୟନ ଓ ରନର୍ସଅପ୍‌ ହୋଇଥିଲେ।
ଏହି ପ୍ରତିଯୋଗିତାରେ ଆୟୋଜକ ପୁରୀ ସମେତ କଟକ, ଖୋର୍ଦ୍ଧା, ସମ୍ବଲପୁର, ଗଞ୍ଜାମ, ଗଜପତି, ବାଲେଶ୍ୱର, ଢେଙ୍କାନାଳ ଓ ଓଡ଼ିଶା ପୁଲିସ ପକ୍ଷରୁ ୧୧୦ଜଣ ପୁରୁଷ ଓ ୬୦ଜଣ ମହିଳା ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।
ବିତରଣୀ ଉତ୍ସବରେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା କୁସ୍ତି ସଂଘର ସଭାପତି ରାମଚନ୍ଦ୍ର ପାଢ଼ୀ, ସମ୍ପାଦକ ଦେବେନ୍ଦ୍ର ସାହୁ, ସାଧାରଣ ସମ୍ପାଦକ ବିନୋଦ ଚନ୍ଦ୍ର ଦାସ, ପୁରୀ ସଂଘର ସମ୍ପାଦକ ରବି ନାରାୟଣ ପ୍ରତିହାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ନାରାୟଣ ବେହେରା, ଶ୍ୟାମ ସୁନ୍ଦର ମହାପାତ୍ର, ଅମ୍ବାଳିକା ଜେନା, କୃଷ୍ଣଚନ୍ଦ୍ର ପାତ୍ର, ସନ୍ତୋଷ ସାହୁ, ସୋମନାଥ ବେହେରା, ସନ୍ତୋଷ ଦାସ, ଲକ୍ଷ୍ମୀ ପ୍ରସାଦ ପଟ୍ଟନାୟକ, ପ୍ରିତି ପ୍ରକାଶିନୀ ରଥ, କଟକ ଜିଲା ସମ୍ପାଦକ କିଶୋର ଚନ୍ଦ୍ର ବେହେରା, ରାଜ୍ୟ ସଂଘର ସହ ସମ୍ପାଦକ ଭାରତ ଭୂଷଣ ସ୍ବାଇଁ ଓ କାଳିନ୍ଦୀ ମାଳିଆ ପ୍ରମୁଖ ପ୍ରତିଯୋଗିତା ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri