ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏପ୍ରିଲ ୩୦ ଯାଏ ଲକ୍‌ ଡାଉନ୍‌ ସମୟସୀମା ବୃଦ୍ଧି ନେଇ କେନ୍ଦ୍ରକୁ ସୁପାରିଶ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଅବଧୀକୁ ବୃଦ୍ଧି କରାଯିବ। ଏହାକୁ ନେଇ ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଏହି ସୂଚନା ଦେଇଛନ୍ତି। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତିକୁ ନେଇ କେନ୍ଦ୍ର ସରକାରଙ୍କୁ ସୁପାରିଶ କରାଯାଇଥିବା ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି, ଓଡ଼ିଶାବାସୀଙ୍କ ମୋର ନମସ୍କାର। ଆପଣମାନେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଯେଉଁଭଳି ଭାବେ ସହଯୋଗ ଏବଂ ସମର୍ଥନ କରିଛନ୍ତି ସେଥିପାଇଁ ଧନ୍ୟବାଦ। ତେବେ ଏଥିପାଇଁ ଆମ ସମସ୍ତଙ୍କୁ କଷ୍ଟ ସହିବାକୁ ପଡ଼ୁଛି। କିନ୍ତୁ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ଉପାୟ। ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ତା ପରଠାରୁ ଆଜି ଭିତରେ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏସବୁ ଭିତରେ ଓଡ଼ିଶାର ଜନସାଧାରଣଙ୍କ ଶୃଙ୍ଖଳା ଓ ତ୍ୟାଗ ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କୁ ଶକ୍ତି ଦେଇଛି। ଇତିମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳି ଦେଶ ଆମେରିକାରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ସେଠାରେ ସମ୍ପୂର୍ଣ୍ଣ ଭାବେ ଲକ୍‌ ଡାଉନ୍‌ ଘୋଷଣା କରାଯାଇନାହିଁ। ଆମକୁ କିନ୍ତୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ହେବ। ଏହି କଠିନ ପରିସ୍ଥିତିରେ ରାଜ୍ୟ କ୍ୟାବିନେଟ ଗୁରୁବାର ମଣିଷ ଜୀବନକୁ ଅଧିକ ଗୁରୁତ୍ୱ ଦେଇ ଆବଶ୍ୟକ ନିଷ୍ପତ୍ତି ନେଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ସମୟ ସୀମାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟ ମଧ୍ୟ ଏପ୍ରିଲ ୩୦ ପର୍ଯ୍ୟନ୍ତ ସମୟସୀମା ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାରଙ୍କ ସୁପାରିଶ କରିଛି। ସେହିଭଳି ଏହି ପର୍ଯ୍ୟନ୍ତ ଟ୍ରେନ୍‌, ବିମାନ ସେବା ବନ୍ଦ ରଖିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri