ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ ଦିଆଯାଇଛି। ଜଷ୍ଟିସ ବିପି ଦାସ କମିଶନ ଦେଇଥିବା ପ୍ରସ୍ତାବ ଅନୁସାରେ ପଦକ୍ଷେପ ନିଆଯିବ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଜାଗା ଖାଲି କରାଯିବାକୁ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କରାଯିବ। ଆବଶ୍ୟକ ଜମି ଅଧିଗ୍ରହଣ, ସର୍ଭେ ପାଇଁ ପୁରୀ ଜିଲାପାଳଙ୍କୁ ଦାୟିତ୍ୱ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ମିଶି ଯୋଜନା କରିବେ ଜିଲାପାଳ। ଏଥିରେ କ୍ଷତିଗ୍ରସ୍ତ ବ୍ୟକ୍ତି ଓ ସଂସ୍ଥାକୁ ଆବଶ୍ୟକ ଥଇଥାନ କରାଯିବାର ବ୍ୟବସ୍ଥା କରାଯାଇଛି। କ୍ଷତିଗ୍ରସ୍ତଙ୍କୁ ଧାର୍ଯ୍ୟ କ୍ଷତିପୂରଣ ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହିପରି ଭାବେ ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏତଦ୍‌ବ୍ୟତିତ ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ସମ୍ପର୍କିତ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ରାଜ୍ୟ କ୍ୟାବିନେଟର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri