ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା:ସାମିଲ ହେବେ ଆହୁରି ୨ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ

ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟ ସରକାରଙ୍କ ନିଜସ୍ବ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ୨ ଲକ୍ଷ ୨ ହଜାର ୮୦୯ ଅନ୍ତର୍ଭୁକ୍ତ କରାଯିବ। ଯେଉଁ ଯୋଗ୍ୟ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିନାହାନ୍ତି, ସେମାନଙ୍କୁ ଏହି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏ ସଂକ୍ରାନ୍ତରେ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖାଯାଇଛି।
ଏଥିସହିତ ଜିଲା ନିମନ୍ତେ ଧାର୍ଯ୍ୟ ହିତାଧିକାରୀଙ୍କୁ ଯୋଗ୍ୟତା ଅନୁସାରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିବା ଲାଗି କୁହାଯାଇଛି। ଏହି କ୍ରମରେ ଅନୁଗୋଳ ପାଇଁ ୨୮୩୮, ବାଲେଶ୍ୱର ୭୬୫୬, ବରଗଡ଼ ୨୯୯୨, ଭଦ୍ରକ ୪୪୭୬, ବଲାଙ୍ଗୀର ୧୩୮୦୪, ବୌଦ୍ଧ ୧୧୩୬, କଟକ ୪୯୨୪, ଢେଙ୍କାନାଳ ୫୨୬୪, ଦେବଗଡ଼ ୩୫୨ ଏବଂ ଗଜପତି ଜିଲାର ୪୩୦୬ ବ୍ୟକ୍ତିବିଶେଷଙ୍କ ଲାଗି ଧାର୍ଯ୍ୟ ହୋଇଛି। ସେହିଭଳି ଗଞ୍ଜାମ ୩୮୦୩୪, ଜଗତ୍‌ସିଂହପୁର ୩୪୮୬, ଯାଜପୁର ୫୭୪୨, ଝାରସୁଗୁଡ଼ା ୨୨୪୨, କଳାହାଣ୍ଡି ୭୬୫୬, କନ୍ଧମାଳ ୪୬୦୯, କେନ୍ଦ୍ରାପଡ଼ା ୫୨୬୪, କେନ୍ଦୁଝର ୮୧୩୪, ଖୋର୍ଦ୍ଧା ୩୫୦୨ ଏବଂ କୋରାପୁଟ ଜିଲାର ୮୬୧୨ ଜଣ ହିତାଧିକାରୀଙ୍କ ଲାଗି ବ୍ୟବସ୍ଥା ରହିଥିଲା ବେଳେ ମାଲକାନଗିରି ୩୫୬୮, ମୟୂରଭଞ୍ଜ ୧୪,୩୫୪, ନବରଙ୍ଗପୁର ୩୭୨୨, ନୟାଗଡ଼ ୩୮୧୨, ନୂଆପଡ଼ା ୬୩୫୨, ପୁରୀ ୭୧୭୮, ରାୟଗଡ଼ା ୬୬୯୮, ସମ୍ବଲପୁର ୫୭୪୨, ସୁବର୍ଣ୍ଣପୁର ୪୩୦୬ ଏବଂ ସୁନ୍ଦରଗଡ଼ ଜିଲା ପାଇଁ ୧୨୦୪୮ ଜଣ ହିତାଧିକାରୀଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri