ରାଜ୍ୟ ଗୃହନିର୍ମାଣ ସଂସ୍ଥାର ନୂତନ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓ

ଭୁବନେଶ୍ୱର,୨୮/୧୦(ବ୍ୟୁରୋ):ବିଜେଡ଼ି ଲୋକସଭା ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ ଗୁୁରୁବାର ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ନୂତନ ଅଧ୍ୟକ୍ଷ ଭାବେ ଯୋଗଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ସଫଳ ଭାବେ କାଯର୍‌ୟ କରିବା ମୋର ଏକମାତ୍ରା ଲକ୍ଷ୍ୟ ବୋଲି ସିଂଦେଓ ମତବ୍ୟକ୍ତ କରିଛନ୍ତି।
ତେବେ ଏହି ଯୋଗଦାନ ସମୟରେ ସଂସ୍ଥାର ପରିଚାଳନା ନିର୍ଦ୍ଦେଶିକା ସାଗରିକା ପଟ୍ଟନାୟକ, ସଚିବ ରଶ୍ମିତାରାଣୀ ତରାସିଆ, ଅର୍ଥ ଉପଦେଷ୍ଟା ତଥା ମୁଖ୍ୟ ହିସାବ ଅଧିକାରୀ ପୁଷ୍ପାଞ୍ଜଳି ତ୍ରିପାଠୀ, ମୁଖ୍ୟଯନ୍ତ୍ରୀ ଲୋକନାଥ ପ୍ରସାଦ ମହାପାତ୍ର ଓ ସଂସ୍ଥାର ଓ୍ବାର୍କର୍ସ ୟୁନିୟନର କର୍ମକର୍ତ୍ତା ମାନେ ଦେଓକୁ ସ୍ବାଗତ କରିଥିଲେ।
ସିଂଦେଓ ବିଗତ ଦିନରେ ଦୁଇଥର ସାଂସଦ ଓ ଥରେ ରାଜ୍ୟର ସର୍ବକନିଷ୍ଠ ବିଧାୟକ ଭାବେ ନିର୍ବାଚିତ ହୋଇ ଦାୟିତ୍ୱ ନିର୍ବାହ କରିଥିବା ବେଳେ ବନ୍ଧୁକ ଚାଳନା ଓ ବାସ୍କେଟ ବଲରେ ଜାତୀୟସ୍ତରର ଖେଳାଳି ଭାବେ ପ୍ରତିନିଧିତ୍ୱ କରିଛନ୍ତି। ସେ ମଧ୍ୟ ଦେଶର ସ୍ବନାମଧନ୍ୟ ଡୁନ୍‌ ସ୍କୁଲ ଓ ଦିଲ୍ଲୀ ସେଣ୍ଟ ଷ୍ଟିଫେନ୍‌ କଲେଜର ପ୍ରାକ୍ତନ ଛାତ୍ର ଅଟନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କର ସେ ନାତି ଓ ସୁପରିଚିତ ପୂର୍ବତନ ବରିଷ୍ଠ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓଙ୍କ ଜ୍ୟେଷ୍ଠପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri