ରାଜ୍ୟ ଜଳସମ୍ପଦ ବିଭାଗ ଟିମ୍‌ଙ୍କ ରାମେୟାପାଟଣା ଗସ୍ତ

ଚିକିଟି,୨୧।୮(ଡି.ଏନ.ଏ.)-ରାଜ୍ୟ ଜଳସମ୍ପଦ ବିଭାଗର ଏକ ସ୍ବତନ୍ତ୍ର ବୈଷୟୀକ ଟିମ୍‌ ବୁଧବାର ମଧ୍ୟାହ୍ନରେ ଚିକିଟି ବ୍ଲକ୍‌ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣାରେ ପହଞ୍ଚତ୍ଥିଲେ। ଗତ ୧୪ ତାରିଖରେ ଜୁଆର ମାଡରେ କ୍ଷତିଗ୍ରସ୍ତ ପରିବାରକୁ ଭେଟି ସ୍ଥିତି ଓ ସବିଶେଷ ଅନୁଧ୍ୟାନ କରି ରିପୋର୍ଟ ସଂଗ୍ରହ କରିଛନ୍ତି। ଉକ୍ତ ଗ୍ରାମକୁ ବାରମ୍ବାର ସମୁଦ୍ର ଜୁଆର ମାଡି ଆସୁଥିବାରୁ ଲୋକଙ୍କ ଧନଜୀବନ ସୁରକ୍ଷା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ଏକ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ କରାଯାଇଛି। ଗ୍ରାମ ନିକଟରେ ଥିବା ବାହୁଦା ନଦୀ ମୁହାଣ ବାରମ୍ବାର ଦିଗ ବଦଳାଉଥିବାରୁ ସମୁଦ୍ର ମଧ୍ୟକୁ ଜଳ ଓ ବନ୍ୟାଜଳ ନିଷ୍କାସିତ ହୋଇପାରୁନାହିଁ। ତେଣୁ ସମୁଦ୍ର ଜୁଆର ଗ୍ରାମ ମଧ୍ୟକୁ ମାଡିଆସି ଆସୁଥିବା ଗ୍ରାମବାସୀ ଅନୁଧ୍ୟାନ ଟିମ୍‌କୁ କହିଥିଲେ। ଏଥିରେ ଜଳସମ୍ପଦ ବିଭାଗର ଚିଫ୍‌ ଇଞ୍ଜିନିୟର ଡିଜାଇନ୍‌ ଭୁବନେଶ୍ୱର ବିକେ ମହାନ୍ତି, ଡାଇରେକ୍ଟର ଡିଜାଇନ୍‌ ଭୁବନେଶ୍ୱର ଲିଙ୍ଗରାଜ ଗୌଡ, ଆଡଭାଇଜର ଶତ୍ରୁଘ୍ନ ଦାସ, ଚିଫ୍‌ ଇଞ୍ଜିନିୟର ଫ୍ଲଡ୍‌ ଭୁବନେଶ୍ୱର ଯୁଗୋଳ କିଶୋର ତ୍ରିପାଠୀ, ଚିଫ୍‌ ଇଞ୍ଜିନିୟର ଆରଭିଏନ୍‌ ଜ୍ୟୋତିମୟୀ ମିଶ୍ର, ଜଳସମ୍ପଦ ବିଭାଗର ଏସି ବ୍ରହ୍ମପୁର ଲଡୁକିଶୋର ସାବତ, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ବ୍ରହ୍ମପୁର ବିଜୟ କୁମାର ପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri