ରାଜ୍ୟ ପୋଲିସର ସେବାକୁ ପ୍ରଶଂସା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ୭ଅବସରପ୍ରାପ୍ତ ଡିଜିପି

ଭୁବନେଶ୍ୱର,୨୨ା୪(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲାରେ ଅନ୍ୟତମ ଯୋଦ୍ଧା ସାଜିଛନ୍ତି ପୋଲିସ କର୍ମଚାରୀ। ଏଭଳି ଏକ ବିପଦ ସମୟରେ ଅସହାୟ ଲୋକଙ୍କୁ ଖାଦ୍ୟ ଯୋଗାଇବା ସହ ଜନସାଧାରଣଙ୍କୁ ଘରେ ରହି ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପରାମର୍ଶ ଦେଉଛନ୍ତି। ଏପରିକି ନିଜ ଜୀବନକୁ ଖାତିରି ନ କରି ଲୋକଙ୍କୁ ସୁରକ୍ଷା ଦେବା ପାଇଁ ରାସ୍ତାରେ ଛିଡ଼ା ହୋଇ ରହୁଛନ୍ତି। ଏହି ଲଢ଼େଇରେ ସାମିଲ ରାଜ୍ୟର ସମସ୍ତ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟକୁ ଓଡ଼ିଶାର ୭ ଅବସରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭୂୟସୀ ପ୍ରଶଂସା କରିଛନ୍ତି। ସେମାନେ ହେଲେ ଶରତ ମିଶ୍ର, ଅମୀୟ ଭୂଷଣ ତ୍ରିପାଠୀ, ନିମାଇଁ ଚରଣ ପାଢୀ, ବିପିନି ବିହାରୀ ମିଶ୍ର, ସୂଚିତ ଦାସ, ଗୋପାଳ ଚନ୍ଦ୍ର ନନ୍ଦ ଏବଂ ମନମୋହନ ପ୍ରହରାଜ। ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ବେଶ୍‌ ପ୍ରଶଂସା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଗୃହ ବିଭାଗର ନିରନ୍ତର ପୟାସ ଯୋଗୁ ଅତ୍ୟାବଶ୍ୟକୀୟ ସଂସ୍ଥାଗୁଡ଼ିକ ସ୍ବାଭାବିକ ଭାବେ କର୍ଯ୍ୟ କରୁଛନ୍ତି। ଲୋକେ ପନିପରିବା, ତେଜରାତି ଓ ଔଷଧ ଠିକ୍‌ରେ ଘର ନିକଟରେ ପାଇପାରୁଛନ୍ତି। ଏଭଳି ବ୍ୟବସ୍ଥା ହୋଇ ନ ଥିଲେ ସାଧାରଣ ଲୋକେ ହଇରାଣ ହୋଇଥାନ୍ତେ। ପୋଲିସ କର୍ମଚାରୀଙ୍କ ଖାଦ୍ୟ ବଣ୍ଟନ, ବରିଷ୍ଠନାଗରିକଙ୍କୁ ସହଯୋଗ ଇତ୍ୟାଦି ଜନସେବା ବେଶ୍‌ ପ୍ରସଂଶନୀୟ ବୋଲି ଉଲ୍ଲେଖ କରିଛନ୍ତି। ଟ୍ବିନ୍‌ସିଟିରେ ପୋଲିସ ଯେଉଁଭଳି ସମ୍ବେଦନଶୀଳ ଓ ଦକ୍ଷତାର ସହ କାର୍ଯ୍ୟ କରିଛି ତାହା ଉଚ୍ଚକୋଟୀର ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଚିଠିରେ ଲେଖି ଜଣାଇଛନ୍ତି। ଏହାଛଡ଼ା ବରିଷ୍ଠ ଆଇପିଏସ୍‌ ସଂଘ, ପୋଲିସ ଡଜି ଅଭୟ ଓ ଟ୍ବିନ୍‌ସିଟିର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ସେମାନେ ପୃଥକ୍‌ ଚିଠି ଲେଖି ସେମାନଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି। ରାଜ୍ୟ ପୋଲିସକୁ ଅବସରପ୍ରାପ୍ତ ଡିଜିଙ୍କ ଏଭଳି ପ୍ରସଂଶା ନିଶ୍ଚିତ ଭାବେ ପ୍ରେରଣା ଯୋଗାଇବ ବୋଲି ବିଭାଗ ପକ୍ଷରୁ ଆଶା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri