ରାଜ୍ୟ ପ୍ରଶାସନରେ ଅଦଳବଦଳ: ଅସିତଙ୍କୁ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ଅଫିସର ଅସିତ କୁମାର ତ୍ରିପାଠୀଙ୍କୁ କୋରାପୁଟସ୍ଥିତ କେବିକେ ପ୍ରଶାସନର ମୁଖ୍ୟଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। କେବିକେ ପ୍ରଶାସନ ମୁଖ୍ୟ ଥିବା ସୁଦର୍ଶନ ପାଲଠାକୁରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ନିର୍ଦ୍ଦେଶକ ଓ ଗାପବନ୍ଧୁ ପ୍ରଶାସନିକ ଏକାଡେମୀର ନିର୍ଦ୍ଦେଶିକା ରଞ୍ଜନା ଚୋପ୍ରାଙ୍କୁ ଏସ୍‌ସି, ଏସ୍‌ଟି, ଓବିସି ଏବଂ ସଂଖ୍ୟାଲଘୁ ବିକାଶ ବିଭାଗ ପ୍ରମୁଖ ସଚିବଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଇଲେକ୍ରୋଟିକ୍ସ ଏବଂ ବୈଷୟିକ ଶିକ୍ଷା ବିଭାଗର ଏଏସିଏସ୍‌ଥିବା ସି.ଜେ ଭେଣୁଗୋପାଳଙ୍କୁ କଟକସ୍ଥିତ ରାଜସ୍ବ ପର୍ଷଦର ସଭ୍ୟଭାବେ ମନୋନୀତ କରାଯାଇଛି। ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ନୀତେନ ଚନ୍ଦ୍ରାଙ୍କୁ ସାଧାରଣ ପ୍ରଶାସନ ଓ ପେନସନ୍‌, ଅଭିଯୋଗ ବିଭାଗର ସ୍ବତନ୍ତ୍ର ଦାୟିତ୍ୱ ପ୍ରଦାନ କରାଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପ୍ରମୁଖ ଶାସନ ସଚିବ ଥିବା ଡି.କେ ସିଂହଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଅବକାରୀ କମିଶନର ତଥା ସଚିବ ସୁଶୀଲ କୁମାର ଲୋହାନୀଙ୍କୁ କଟକସ୍ଥିତି ବାଣିଜି୍ୟକ କର କାର୍ଯ୍ୟାଳୟର କମିଶନରଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସଚିବ ବୀର ବିକ୍ରମ ଯାଦବଙ୍କୁ ସମବାୟ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। କଟକ ଆଇଜି ପୋଲିସ ଅରୁଣ ବ୍ରୋଥାଙ୍କୁ ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ଦାୟିତ୍ୱ ଦିଆଯାଇଛି। ଏସ୍‌ସି, ଏସ୍‌ଟି,ଓବିସି ଓ ସଂଖ୍ୟାଲଘୁ ବିକାଶ ଭାରାପ୍ରାପ୍ତ ସଚିବ ଆର.ରଘୁ ପ୍ରସାଦଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ସଚିବ ସହ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଅପରପକ୍ଷରେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ସଚିବ ସହ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଥିବା ବିଶାଳ ଗଗନଙ୍କୁ ପୂର୍ଣ୍ଣଭାବେ ଜଳସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri