ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକ: ଶ୍ରୀମନ୍ଦିର, ସ୍ବର୍ଗଦ୍ୱାରକୁ ଯିବ ବାଲୁଖଣ୍ଡ କାଠ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ବାତ୍ୟା ‘ଫନୀ’ରେ ବାଲୁଖଣ୍ଡ-କୋଣାର୍କ ଅଭୟାରଣ୍ୟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ନଷ୍ଟ ହୋଇଥିବା ପ୍ରାୟ ୨୦ ଲକ୍ଷ ବୃକ୍ଷରୁ ମାତ୍ର ୨ ଲକ୍ଷ ଗଛ ଏ ପର୍ଯ୍ୟନ୍ତ ସଫା ହୋଇପାରିଛି। ଏହା ଦ୍ୱାରା ହରିଣମାନଙ୍କ ଚଳପ୍ରଚଳରେ ସମସ୍ୟା ସୃଷ୍ଟି ହେବାସହ ସେମାନଙ୍କ ପାଇଁ ନୂତନ ଚାରଣ ଭୂମି ସୃଷ୍ଟି କରିବାରେ ମଧ୍ୟ ବାଧା ସୃଷ୍ଟି ହୋଇଛି। ଏହାଛଡ଼ା ପଡ଼ି ରହିଥିବା ଗଛ ଓ ଡାଳଗୁଡ଼ିକରେ ଆସନ୍ତା ଗ୍ରୀଷ୍ମ ଋତୁରେ ନିଆଁ ଲାଗିଯିବାର ଆଶଙ୍କା ରହିଛି। ତେଣୁ ଉପୁଡ଼ି ପଡ଼ିଥିବା ଓ ଭାଙ୍ଗି ଯାଇଥିବା ଗଛଗୁଡ଼ିକର ଅପସାରଣ ନିମନ୍ତେ ପଦକ୍ଷେପ ନିଆଯିବ। ବାଲୁଖଣ୍ଡ ଅଭୟାରଣ୍ୟରେ ପଡ଼ି ରହିଥିବା ଭଙ୍ଗା ଗଛ ଡାଳ ଏବଂ ଅନ୍ୟାନ୍ୟ ସାମଗ୍ରୀଗୁଡ଼ିକ ଅଭୟାରଣ୍ୟ ନିକଟସ୍ଥ ୨୮ଟି ସ୍ଥାନୀୟ ପରିବେଶ ବିକାଶ ସମିତିକୁ ସେମାନଙ୍କ ଦୈନନ୍ଦିନ ବ୍ୟବହାର ନିମନ୍ତେ ହସ୍ତାନ୍ତର କରାଯିବ। ବଳକା କାଠଗୁଡ଼ିକୁ ବିନା ମୂଲ୍ୟରେ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ସ୍ବର୍ଗଦ୍ୱାରକୁ ପ୍ରଦାନ କରାଯିବ। କାଠ କାଟିବା ଓ ପରିବହନ ବାବଦକୁ ଖର୍ଚ୍ଚ ମନ୍ଦିର ପ୍ରଶାସନକୁ ବହନ କରିବାକୁ ହେବ ବୋଲି ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକରେ ନିଷ୍ପତ୍ତି ହୋଇଛି।
ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟିର ଷଷ୍ଠ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାଲୁଖଣ୍ଡ ଅଭୟାରଣ୍ୟ ବିଷୟ ସହ ନନ୍ଦନକାନନ ‘ରୋପ୍‌-ୱେ’ ନିର୍ମାଣ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ‘ରୋପ୍‌-ୱେ’ ପର୍ଯ୍ୟଟକମାନଙ୍କ ନିମନ୍ତେ ଏକ ପ୍ରମୁଖ ଆକର୍ଷଣ। କିନ୍ତୁ ଏହା ଅଚଳ ଅବସ୍ଥାରେ ରହିଛି। ପ୍ରସ୍ତାବିତ ୬୨୪ ମିଟର ଦୈର୍ଘ୍ୟ ବିଶିଷ୍ଟ ନୂତନ ‘ରୋପ୍‌-ୱେ’ ନିର୍ମାଣ ଲାଗି ନନ୍ଦନକାନନ ମଧ୍ୟରେ ଛୋଟ ଏବଂ ମଧ୍ୟମ ଧରଣର ପ୍ରାୟ ୩୬ଟି ବୃକ୍ଷ ଛେଦନ କରିବାର ଆବଶ୍ୟକତା ରହିଛି। ଏଥିଲାଗି ଆବଶ୍ୟକ ପ୍ରସ୍ତାବକୁ ବନ୍ୟପ୍ରାଣୀ ବୋର୍ଡ ଅନୁମୋଦନ କରିବା ପରେ ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଓ ଜଳବାୟୁ ମନ୍ତ୍ରଣାଳୟକୁ ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପ୍ରେରଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା।
ପ୍ରାରମ୍ଭରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ମୋନା ଶର୍ମା ବୈଠକର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକ କାର୍ଯ୍ୟସୂଚୀ ଅନୁସାରେ ବିଭିନ୍ନ ପ୍ରସଙ୍ଗ ଉପରେ ପ୍ରଧାନ ବନସଂରକ୍ଷକ (ବନ୍ୟପ୍ରାଣୀ) ଏବଂ ମୁଖ୍ୟ ବନ୍ୟ ତତ୍ତ୍ବାବଧାରକ ଡ. ହରିଶଙ୍କର ଉପାଧ୍ୟାୟ ସବିଶେଷ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଏହି ବୈଠକରେ ପ୍ରଧାନ ମୁଖ୍ୟ ବନସଂରକ୍ଷକ ଡ. ସନ୍ଦୀପ ତ୍ରିପାଠୀ, ନନ୍ଦନକାନନର ନିର୍ଦ୍ଦେଶକ ତଥା ଅତିରିକ୍ତ ପ୍ରଧାନ ମୁଖ୍ୟ ବନସଂରକ୍ଷକ ଶଶି ପଲ୍‌ଙ୍କ ସମେତ ଜଙ୍ଗଲ ଓ ପରିବେଶ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ ଷ୍ଟାଣ୍ଡିଂ କମିଟିର ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri