ରାଜ୍ୟ ବାହାରୁ ଆସି ଘରେ ଲୁଚିଥିବା ଯୁବକ ଉଦ୍ଧାର

ତିର୍ତ୍ତୋଲ, ୨୮।୩ (ଡି.ଏନ୍‌.ଏ.)-ରାଜ୍ୟ ବାହାରୁ ଆସି ସ୍ବାସ୍ଥ୍ୟା ପରୀକ୍ଷା ନ କରାଇ ଘରେ ଲୁଚି ରହିଥିବା ତିର୍ତ୍ତୋଲ ବ୍ଲକ ତେନ୍ତୁଳିପଦା ପଞ୍ଚାୟତର ଜଣେ ଯୁବକଙ୍କୁ ଶନିବାର ପ୍ରଶାସନ ପକ୍ଷରୁ ଉଦ୍ଧାର କରାଯାଇଛି। ଏହାପରେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସମ୍ପୃକ୍ତ ଯୁବକଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି।
ପ୍ରକାଶ ଯେ, ରାଜ୍ୟ ବାହାରେ ରହି ସମ୍ପୃକ୍ତ ଯୁବକ ଜଣକ ଚାକିରି କରୁଥିଲେ। ୬ ଦିନ ତଳେ ସେ ଗଁାକୁ ଆସିଥିବା ବେଳେ ମେଡିକାଲରେ ନାମ ପଞ୍ଜୀକୃତ ନ କରାଇ ଘରେ ଲୁଚି ରହିଥିବା ଜଣାପଡ଼ିଥିଲା। ଏ ନେଇ ସ୍ଥାନୀୟ ଲୋକେ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇବା ପରେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ଟିମ୍‌ ତାଙ୍କ ଘରେ ପହଞ୍ଚତ୍ ସମ୍ପୃକ୍ତ ଯୁବକଙ୍କୁ ଉଦ୍ଧାର କରିଥିଲେ। କରୋନା ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା ବେଳେ ଲୋକମାନେ ଏଥିପ୍ରତି ସଚେତନ ହେଉ ନ ଥିବାରୁ ରାଜ୍ୟରେ ଅଧିକ ସଂକ୍ରମଣ ଭୟ ସୃଷ୍ଟି ହୋଇଛି। ରାଜ୍ୟ ବା ଦେଶ ବାହାରୁ ଆସୁଥିବା ଲୋକମାନେ ନାମ ପଞ୍ଜୀକରଣ କରାଇ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ସହ ନିଜ ଘରେ କ୍ୱାରାଣ୍ଟାଇନରେ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଅନେକ ସ୍ଥାନରେ ଲୋକମାନେ ଏହି ନିୟମ ମାନୁ ନ ଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri