ରାଜ୍ୟ ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ଦାୟିତ୍ୱ ନେଲେ ସୁଲୋଚନା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜ୍ୟ ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁଲୋଚନା ଦାସ। ବୁଧବାର ସକାଳେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସୁଲୋଚନା କାର୍ଯ୍ୟାଳୟରେ ପହଞ୍ଚତ୍ କର୍ମଚାରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଭିନ୍ନକ୍ଷମମାନେ ଯେପରି ନିଜ ଅଧିକାର ପାଇପାରିବେ ଏବଂ ସେମାନଙ୍କ ପାଇଁ ଉପଲବ୍ଧ ବିଭିନ୍ନ ସୁବିଧା ସୁଯୋଗ ସମ୍ପର୍କରେ ଅବଗତ ହୋଇପାରିବେ ତାହା ଉପରେ ସେ ଗୁରୁତ୍ୱ ଦେଇଥିଲେ। ଆଗାମୀ ଦିନରେ ସମସ୍ତ ବିଭାଗକୁ ନେଇ, ବିଶେଷକରି ଭିନ୍ନକ୍ଷମଙ୍କ ପାଇଁ ପ୍ରତ୍ୟେକ ବିଭାଗ ଯେପରି ସଚେତନ ହୋଇପାରିବେ ସେଦିଗରେ କାର୍ଯ୍ୟ କରିବେ। ପରିବହନ ବ୍ୟବସ୍ଥାଠାରୁ ଆରମ୍ଭକରି ପବ୍ଲିକ ବିଲ୍ଡିଂ ପର୍ଯ୍ୟନ୍ତ, ସବୁଠାରେ ଭିନ୍ନକ୍ଷମ ଉପଯୋଗୀ ବ୍ୟବସ୍ଥାମାନ କରାଯିବ। ବେସରକାରୀ ସଂସ୍ଥାମାନେ ଯେପରି ନିଜ ସିଏସ୍‌ଆର୍‌ ଆକ୍ଟିଭିଟିରେ ଭିନ୍ନକ୍ଷମଙ୍କ ପାଇଁ ଉପଯୋଗୀ କାର୍ଯ୍ୟକ୍ରମମାନ କରିବେ ତାହାଉପରେ ସେ ଗୁରୁତ୍ୱ ଦେବେ ବୋଲି ଦାସ କହିଥିଲେ। ପରେ ଭୀମଭୋଇ ବ୍ଲାଇଣ୍ଡ୍‌ ସ୍କୁଲ୍‌କୁ ପରିଦର୍ଶନରେ ଯାଇ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହ ମିଶିବା ସହ କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri